30.1 C
Bhubaneswar
Friday, May 17, 2024
Homeଓଡିଶାନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଗଞ୍ଜାମ : ହିଞ୍ଜିଳିରୁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହେଲିକପ୍ଟର ଯୋଗେ ଗଞ୍ଜାମରେ ପହଞ୍ଚିବା ପରେ ସିଧାସଳଖ ମା ତାରାତାରିଣୀଙ୍କୁ ଦର୍ଶନ କରିବା ପରେ ହିଞ୍ଜିଳି ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ନବୀନ । ଦଳୀୟ ସମର୍ଥକ ଓ ନେତାଙ୍କୁ ନେଇ ଛତ୍ରପୁରରେ ନାମାଙ୍କନ ଦାଖଲ କରିଛନ୍ତି ନବୀନ । ପରେ ବିଭିନ୍ନ ନିର୍ବାଚନ ମଣ୍ଡଳୀ ଯାଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ମେ ୨୦ରେ ଦ୍ୱିତୀୟ ପର୍ୟ୍ୟାୟରେ ହିଞ୍ଜିଳି ଆସନ ପାଇଁ ମତଦାନ ହେବାକୁ ଥିବା ବେଳେ ଷଷ୍ଠ ଥର ପାଇଁ ନବୀନ ଏଠାରୁ ନିର୍ବାଚନ ଲଢ଼ୁଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନପତ୍ର ଦାଖଲ ପାଇଁ ଜିଲ୍ଲା ପ୍ରଶାସନ ଓ ପୋଲିସ୍ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking