16.1 C
Bhubaneswar
Thursday, February 5, 2026
Homeଓଡିଶାକାର୍ଯ୍ୟକର୍ତ୍ତାଙ୍କୁ ଶ୍ରେୟ ଦେଲେ ମୁଖ୍ୟମନ୍ତ୍ରୀ

କାର୍ଯ୍ୟକର୍ତ୍ତାଙ୍କୁ ଶ୍ରେୟ ଦେଲେ ମୁଖ୍ୟମନ୍ତ୍ରୀ

ନୂଆପଡ଼ା: ନୂଆପଡ଼ା ବିଜୟର ଶ୍ରେୟ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ଦେଲେ ମୁଖ୍ୟମନ୍ତ୍ରୀ । ବିଜୟର ଶ୍ରେୟ ଦେଇ କହିଛନ୍ତି ଯେ ଦଳୀୟ କାର୍ଯ୍ୟକର୍ତ୍ତା ପ୍ରତିକୂଳ ପରିସ୍ଥିତିରେ କାର୍ଯ୍ୟ କରିବାରୁ ସଫଳତା ମିଳିଛି । ଏହା କେବଳ ଆମର ରାଜନୈତିକ ବିଜୟ ନ ଥିଲା । ବିଶ୍ବାସ ଓ ସେବାଭାବର ବିଜୟ ଥିଲା । ରାଜ୍ୟ କାର୍ଯ୍ୟାଳୟରେ ସମସ୍ତଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ । ସୂଚନାଯୋଗ୍ୟନୂଆପଡା ଉପନିର୍ବାଚନ ପାଇଁ ନଭେମ୍ବର ୧୧ରେ ମତଦାନ ହୋଇଥିବା ବେଳେ ନଭେମ୍ବର ୧୪ରେ ଫଳାଫଳ ପ୍ରକାଶ ପାଇଥିଲା । ବିଜେପି ପ୍ରାର୍ଥୀ ଜୟ ତାଙ୍କ ନିକଟତମ ପ୍ରାର୍ଥୀ କଂଗ୍ରେସର ଘାସିରାମ ମାଝୀଙ୍କୁ ୮୩ ହଜାର ୭୪୮ ଖଣ୍ଡ ଭୋଟ ବ୍ୟବଧାନରେ ପରାସ୍ତ କରି ବିଜୟ ଲାଭ କରିଥିଲେ । ବିଜେପି ପ୍ରାର୍ଥୀ ଜୟଙ୍କୁ ୧ ଲକ୍ଷ ୨୩ ହଜାର ୮୬୯ ଖଣ୍ଡ ଭୋଟ ମିଳିଥିଲା । କଂଗ୍ରେସ ପ୍ରାର୍ଥୀ ଘାସିରାମ ୪୦ ହଜାର ୧୨୧ଟି ଭୋଟ ପାଇଥିଲା ବେଳେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ୩୮ ହଜାର ୪୦୮ଖଣ୍ଡ ଭୋଟ ପାଇଥିଲେ 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking