ଝାରସୁଗୁଡା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତର ଅବ୍ୟବହିତ ପୂର୍ବରୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଝାରସୁଗୁଡା ଗସ୍ତ କରିଛନ୍ତି। ସେ ସ୍ୱତନ୍ତ୍ର ବିମାନ ଯୋଗେ ସେ ଝାରସୁଗୁଡା ବିମାନବନ୍ଦରରେ ଅବତରଣ କରିବା ପରେ ବିଜେପି ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଏହାପରେ ପଣ୍ଡ୍ରିପଥରସ୍ଥିତ ବିଜେପି ପାର୍ଟି ଅଫିସକୁ ମୁଖ୍ୟମନ୍ତ୍ରୀ ଯାଇଥିବା ବେଳେ ସେଠାରେ ଦଳୀୟ ନେତୃବୃନ୍ଦଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗସ୍ତଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଜାରି ରହିଛି। ଏହାପରେ ମୁଖ୍ୟମନ୍ତ୍ରୀ ଅମଲୀପାଲିସ୍ଥିତ ସଭାସ୍ଥଳରେ ପହଞ୍ଚି ପ୍ରସ୍ତୁତିର ସମୀକ୍ଷା କରିବେ।










