24.1 C
Bhubaneswar
Sunday, March 22, 2026
Homeଓଡିଶାଟିମ୍ ଓଡ଼ିଶାକୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଟିମ୍ ଓଡ଼ିଶାକୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନୂଆଦିଲ୍ଲୀରେ ଆୟୋଜିତ ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳା-୨୦୨୫ ରେ ଓଡ଼ିଶା ପ୍ରଥମ ସ୍ଥାନ ଅଧିକାର କରି ଗୋଲ୍ଡ ମେଡାଲ ହାସଲ କରିଛି। ନୂଆଦିଲ୍ଲୀରେ ଅନୁଷ୍ଠିତ ସ୍ୱତନ୍ତ୍ର ପୁରସ୍କାର ପ୍ରଦାନ ଅବସରରେ ଭାରତ ବାଣିଜ୍ୟିକ ପ୍ରୋତ୍ସାହନ ସଂଗଠନ (India Trade Promotion Organization) ତରଫରୁ ଆଜି ଏହି ପୁରସ୍କାର ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ସଫଳତା ପାଇଁ ଖୁସି ପ୍ରକାଶ କରିବା ସହିତ ଟିମ୍ ଓଡ଼ିଶାକୁ ଅଭିନନ୍ଦନ ଓ ଧନ୍ୟବାଦ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ରାଜ୍ୟର ମର୍ଯ୍ୟାଦାକୁ ବୃଦ୍ଧି କରିବା ଦିଗରେ ଏହା ଏକ ଉଲ୍ଲେଖଯୋଗ୍ୟ ସଫଳତା ।

ସୂଚନାଯୋଗ୍ୟ ଯେ, ସମୁଦାୟ ୩୧ ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଏହି ଆନ୍ତର୍ଜାତିକ ବାଣିଜ୍ୟ ମେଳାରେ ଯୋଗ ଦେଇଥିଲେ । ଓଡ଼ିଶା ସାମଗ୍ରୀକ ପ୍ରଦର୍ଶନ କ୍ଷେତ୍ରରେ ଉତ୍କର୍ଷ ହାସଲ କରି ଏହି ସଫଳତା ହାସଲ କରିଛି । କ୍ରମାଗତ ଭାବେ ଚତୁର୍ଥ ଥର ପାଇଁ ଓଡ଼ିଶା ଏହି ପୁରସ୍କାର ପାଇବା ସହିତ ଏଥରକୁ ମିଶାଇ ଦୁଇ ଥର ଗୋଲ୍ଡ ମେଡାଲ ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି ମେଳାରେ ରାଜ୍ୟ ସରକାରଙ୍କର ୯ଟି ବିଭାଗର ୨୬ ଟି ଷ୍ଟଲ ସ୍ଥାନୀତ ହୋଇଥିଲା। ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ଲକ୍ଷ୍ୟ ଏବଂ ଏକ୍‌ ଭାରତ ଶ୍ରେଷ୍ଠ ଭାରତର ଆଭିମୁଖ୍ୟକୁ ଏହି ପ୍ରଦର୍ଶନୀ ମାଧ୍ୟମରେ ଉପସ୍ଥାପିତ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗତ ୨୨ ତାରିଖରେ ଓଡ଼ିଶା ରାଜ୍ୟ ଦିବସ ସମାରୋହ ପାଳନ ଅବସରରେ ଓଡ଼ିଶା ମଣ୍ଡପ ବୁଲି ଦେଖିବା ସହିତ ଓଡ଼ିଶାର କଳା, ଐତିହ୍ୟ ଓ ପରମ୍ପରା ପ୍ରଦର୍ଶନର ଉଚ୍ଚ ପ୍ରଶଂସା କରି ଅଂଶଗ୍ରହଣକାରୀଙ୍କୁ ଉତ୍ସାହିତ କରିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking