29.1 C
Bhubaneswar
Sunday, January 25, 2026
Homeଓଡିଶାଆସନ୍ତାକାଲି ଚାଷୀଙ୍କୁ ଧାନର ଇନପୁଟ ସହାୟତା ରାଶି ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ

ଆସନ୍ତାକାଲି ଚାଷୀଙ୍କୁ ଧାନର ଇନପୁଟ ସହାୟତା ରାଶି ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଅପେକ୍ଷାର ଅନ୍ତ। ଚାଷୀ ପାଇବେ ୮ ଶହ ଟଙ୍କାର ଇନପୁଟ୍ ସବସିଡି। ଆସନ୍ତାକାଲି ଚାଷୀଙ୍କୁ ଧାନର ଇନପୁଟ ସହାୟତା ରାଶି ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବରଗଡ଼ ସୋହେଲାର ଇଚ୍ଛାପାଲି ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ୮ଶହ ଟଙ୍କାର ଇନପୁଟ୍ ସବସିଡି ବଣ୍ଟନ କରିବେ। ୨୦୨୪ ସାଧାରଣ ନିର୍ବାଚନରେ ଧାନ ଏମ୍‌ଏସ୍‌ପି ୩୧ ଶହ ଟଙ୍କା ଘୋଷଣା କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କ୍ଷମତାକୁ ଆସିବା ପରେ ବିଜେପି ସରକାର ମଧ୍ୟ ୨୩ ସହ ଏମ୍‌ଏସ୍‌ପି ସହ ୮ ଶହ ଟଙ୍କା ଇନପୁଟ ସବସିଡି ଘୋଷଣା କରିଥିଲେ। ଏବେ ଧାନ ବିକ୍ରି ପରେ ୨୩ଶହ ଟଙ୍କା ଏମ୍‌ଏସ୍‌ପି  ଚାଷୀ ପାଉଥିବା ବେଳେ ଆସନ୍ତାକାଲିଠୁ ଚାଷୀ ଇନପୁଟ୍ ସବସିଡି ବାବଦକୁ ପାଇବେ ୮ ଶହ ଟଙ୍କା। ଧାନ କିଣା ଯିବାର ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କ ଆକାଉଣ୍ଟକୁ ସିଧାସଳଖ ଯିବ ଏହି ଟଙ୍କା। ପୁରୀ, ସମ୍ବଲପୁର, ଖୋର୍ଦ୍ଧା, ଗଞ୍ଜାମ, କଳାହାଣ୍ଡି, କୋରାପୁଟ, ବାଲେଶ୍ୱର, ମୟୁରଭଞ୍ଜ, କନ୍ଧମାଳ, ଜଗତସିଂହପୁର, ଭଦ୍ରକ ଜିଲ୍ଲାରେ ଆସନ୍ତାକାଲି ସମାବେଶ କରି ବଣ୍ଟା ହେବ ଇନପୁଟ ସବସିଡ଼ି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking