18.1 C
Bhubaneswar
Saturday, December 6, 2025
Homeଓଡିଶାମାର୍ଚ୍ଚ ୩ରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

ମାର୍ଚ୍ଚ ୩ରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଗାମୀ ମାର୍ଚ୍ଚ ୩ ତାରିଖରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୟୁନିଟ୍‌- ୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଫେବୃୟାରୀ ୨୮ ତାରିଖ ୧୧ଟା ଠାରୁ ଆରମ୍ଭ ହେବ ଏବଂ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରପାରିବେ । ଏଥିନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasunani.odisha .gov.in/ ) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରପାରିବେ । ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତ ସ୍ୱୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking