25.1 C
Bhubaneswar
Sunday, April 5, 2026
Homeଓଡିଶାଶ୍ରାଦ୍ଧବାର୍ଷିକୀ ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଶ୍ରାଦ୍ଧବାର୍ଷିକୀ ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ଵର : ଅଜି ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ଲୋକସେବା ଭବନ ପରିସରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଦୀର୍ଘ ପାଞ୍ଚ ଦଶନ୍ଧି ଧରି ପାର୍ଲ୍ୟାମେଣ୍ଟର ବିଭିନ୍ନ ଗୃହର ସଦସ୍ୟ ଥିବା ସ୍ବର୍ଗତ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଶ୍ରାଦ୍ଧ ଦିବସରେ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ସହିତ ଅନ୍ୟ ମନ୍ତ୍ରୀ ଏବଂ ବିଧାୟକ ମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ୨୦୧୮ ମସିହା ଆଜିର ଦିନରେ ଏହି ସର୍ବମାନ୍ୟ ମହାନ୍ ଜନନାୟକ ସ୍ଵର୍ଗାରୋହଣ କରିଥଲେ।

ଏହି ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁଙ୍କ ସମେତ, ବିଧାୟକମାନେ ଉପସ୍ଥିତ ଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking