34.1 C
Bhubaneswar
Friday, March 29, 2024
Homeଓଡିଶାମୟୁରଭଞ୍ଜଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ

ଭୁବନେଶ୍ୱର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ । ୨ଟି ବୃହତ ଜଳସେଚନ ପ୍ରକଳ୍ପର ଲୋକାର୍ପଣ କରିବେ । କରଞ୍ଜିଆ ହାତୀବାରିରେ ଦେଓ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ। ଏହା ପୂର୍ବରୁ ଦେଓ ପ୍ରକଳ୍ପ ଅନୁଧ୍ୟାନ କରିଛନ୍ତି ମୟୂରଭଞ୍ଜ ଜିଲ୍ଲାପାଳ, ଏସପି । ଦେଓ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ତତତ୍କାଳୀନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ । ଏହି ପ୍ରକଳ୍ପ ଉଦଘାଟନକୁ ନେଇ ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରେ ଖୁସିର ଲହରୀ ଖେଳିଯାଇଛି । ଶିମିଳିପାଳ ଅଭୟାରଣ୍ୟରୁ ବାହାରିଥିବା ଦେଓ ନଦୀ ଉପରେ ଦୁଇ ପାହାଡ଼କୁ ବନ୍ଧ ବାନ୍ଧି ଦେଓ ନଦୀବନ୍ଧ ପ୍ରକଳ୍ପ ଆରମ୍ଭ ହୋଇଥିଲା । ସେତେବେଳେ ଏହି ପ୍ରକଳ୍ପର ମୂଲ୍ୟ ୫୨ କୋଟି ଟଙ୍କା ଥିଲା । ୧୨୮୦ ମିଟର ଲମ୍ବା ରହିଛି । ଏହି ପ୍ରକଳ୍ପଟିକୁ ସମ୍ପୂର୍ଣ୍ଣ କରାଯାଇ ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆ ଓ ଶୁକୃଳି ବ୍ଲକର ୭୫ଟି ଗାଁର ୬ହଜାର ୬୭୭ ହେକ୍ଟର ଏବଂ କେନ୍ଦୁଝର ଜିଲ୍ଲାର ସାହାରପଡା ବ୍ଲକର ୨୫ଟି ଗାଁର ୩ହଜାର ୨୨୩ ହେକ୍ଟର ଜମିକୁ ଜଳସେଚିତ କରାଯିବାର ଲକ୍ଷ୍ୟ ରଖାଯାଇଛି । ୯୪୮ ବିସ୍ଥାପିତ ପରିବାରକୁ ୮ଟି ବିସ୍ଥାପିତ କଲୋନୀ ଏବଂ ଅନ୍ୟତ୍ର ଥଇଥାନ କରାଯାଇଛି । କରଞ୍ଜିଆ ପରେ ରାସଗୋବିନ୍ଦପୁରର ଟିକପଡ଼ାରେ ଆୟୋଜିତ କାର‌୍ୟ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ସୁବର୍ଣ୍ଣରେଖା ନଦୀରେ ବୃହତ ଜଳସେଚନ ପ୍ରକଳ୍ପକୁ ଉଦ୍ଘାଟନ କରିବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking