26.1 C
Bhubaneswar
Tuesday, September 17, 2024
Homeଓଡିଶାମୁଖ୍ୟମନ୍ତ୍ରୀଙ୍କ ଘୋଷଣା ; ରାଜ୍ୟର Law Officer ମାନଙ୍କର Daily ଓ Retainer Fees ରେ...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ; ରାଜ୍ୟର Law Officer ମାନଙ୍କର Daily ଓ Retainer Fees ରେ ୫୦ ପ୍ରତିଶତ ବୃଦ୍ଧି

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଦାଲତରେ ମୋକଦ୍ଦମା ପରିଚାଳନା କରୁଥିବା Non-Cadre Law Officer ମାନଙ୍କର Daily ଓ Retainer Fees ରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହା ଦ୍ୱାରା ବିଭିନ୍ନ ଅଦାଲତରେ କାର୍ଯ୍ୟରତ ୧୨୧୫ ଜଣ Law Officers ଉପକୃତ ହେବେ।ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର Law Officer ମାନଙ୍କ Daily ଓ Retainer Fees କୁ ବୃଦ୍ଧି କରିଛନ୍ତି। ଏହି ବର୍ଦ୍ଧିତ Fees ଅନୁଯାୟୀ କାର୍ଯ୍ୟରତ ୧୮୪ ଜଣ Additional Public Prosecutor ମାନେ Daily Fees ବାବଦରେ ୧,୨୫୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧,୮୭୫ ଟଙ୍କା ପାଇବେ। ସେହିଭଳି Retainer Fees ପୂର୍ବରୁ ୮,୨୦୦ ଟଙ୍କା ପାଉଥିବାବେଳେ, ବର୍ତ୍ତମାନ ୧୨,୩୦୦ ଟଙ୍କା ପାଇବେ। ସେହିଭଳି କାର୍ଯ୍ୟରତ ୭୪୦ ଜଣ Assistant Public Prosecutor ମାନେ ପୂର୍ବରୁ Daily Fees ବାବଦରେ ୧,୧୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧,୬୫୦ ପାଇବେ। Retainer Fees ବାବଦରେ ପୂର୍ବରୁ ୪,୦୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୬,୦୦୦ ଟଙ୍କା ପାଇବେ। ୮୫ ଜଣ Special Public Prosecutor ମାନେ ପୂର୍ବରୁ Daily Fees ବାବଦରେ ୧,୨୫୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧,୮୭୫ ଟଙ୍କା ପାଇବେ। Retainer Fees ବାବଦରେ ପୂର୍ବରୁ ୮,୨୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧୨,୩୦୦ ଟଙ୍କା ପାଇବେ। ସେହିଭଳି କାର୍ଯ୍ୟରତ ୨୯ଜଣ Government Pleader ଏବଂ ୧୧୩ ଜଣ Assistant Government Pleader ପୂର୍ବରୁ Retainer Fees ବାବଦରେ ୮,୨୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧୨,୩୦୦ ପାଇବେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking