28.1 C
Bhubaneswar
Wednesday, April 23, 2025
Homeଓଡିଶାମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ସୃଷ୍ଟି ହେଲା ୨,୫୦୦ ଗୃହରକ୍ଷୀ ପଦବୀ

ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ସୃଷ୍ଟି ହେଲା ୨,୫୦୦ ଗୃହରକ୍ଷୀ ପଦବୀ

ଭୁବନେଶ୍ୱର: ରାଜ୍ୟରେ ସୃଷ୍ଟି ହୋଇଛି ୨,୫୦୦ ଗୃହରକ୍ଷୀ ପଦବୀ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା ୧୭,୬୭୫ ଅଛି। ୨,୫୦୦ ନୂଆ ପଦବୀ ସୃଷ୍ଟି ହେବା ପରେ ସମୁଦାୟ ପଦବୀ ସଂଖ୍ୟା ୨୦,୧୭୫ ହେଲା ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସୁଦୃଢ କରିବା ପାଇଁ ରାଜ୍ୟ ପୋଲିସ ବାହିନୀରେ ପଦବୀ ସଂଖ୍ୟା ବୃଦ୍ଧି କରାଯିବା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଥିଲେ । ରାଜ୍ୟ ପୋଲିସ ବିଭାଗର ବିଭିନ୍ନ ଶାଖାରେ ପ୍ରାୟ ୧୨,୦୦୦ ପଦବୀ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking