15.1 C
Bhubaneswar
Monday, December 22, 2025
Homeଓଡିଶାମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରଶାନ୍ତଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା ସହାୟତା

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରଶାନ୍ତଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା ସହାୟତା

ଭୁବନେଶ୍ୱର: ପହଲଗାମ ଆକ୍ରମଣକୁ ନେଇ ସାରା ଦେଶ ସ୍ତବ୍ଧ ହୋଇଯାଇଛି। ଏହି ଘଟଣାରେ ଓଡ଼ିଶାର ୨ଜଣ ପୁଅ ମୃତ୍ୟୁବରଣ କରିଛନ୍ତି। ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ହେବ ଶେଷକୃତ୍ୟ। ଆଜି ଭୋରରେ ବାଲେଶ୍ୱର ଇସାଣୀରେ ପହଞ୍ଚିଛି ମରଶରୀର। ଏନେଇ ସାରା ଗାଁରେ ଶୋକାକୂଳ ପରିବେଶ ରହିଛି। ଗତକାଲି ରାତିରେ ମରଶରୀର ଜମ୍ମୁ-କଶ୍ମୀରରୁ ଆସି ଭୁବନେଶ୍ୱରରେ ପହଞ୍ଚିଥିଲା। ଭୁବନେଶ୍ବର ବିମାନବନ୍ଦରରେ ରାତି ପ୍ରାୟ ୧୨ଟା ୩୦ମିନିଟରେ ପହଞ୍ଚିଥିଲା ପ୍ରଶାନ୍ତଙ୍କ ମରଶରୀର।ତେବେ ଏହାରି ଭିତରେ ବାଲେଶ୍ୱରରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଶାନ୍ତଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ମୃତ ପ୍ରଶାନ୍ତଙ୍କ ପରିବାର ବର୍ଗଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଶାନ୍ତଙ୍କ ପରିବାରକୁ ୨୦ ଲକ୍ଷର ସହାୟତ ରାଶି ଘୋଷଣା। ଏଥିସହ ପ୍ରଶାନ୍ତଙ୍କ ସ୍ତ୍ରୀଙ୍କୁ ଚାକିରି ମିଳିବା ସହ ପୁଅର ପାଠପଢ଼ା ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ ବାଲେଶ୍ୱର ଜିଲ୍ଲାର ଇସାଣି ଗାଁରେ ପହଞ୍ଚି ସ୍ୱର୍ଗତ ପ୍ରଶାନ୍ତ ଶତପଥିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। କଶ୍ମୀରର ପେହଲଗାମ ଠାରେ ଉଗ୍ରପନ୍ଥୀଙ୍କ ଗୁଳିର ଶିକାର ହୋଇ ମୃତ୍ୟୁବରଣ କରିଥିବା ଓଡିଆ ପର୍ଯ୍ୟଟକ ପ୍ରଶାନ୍ତ ଶତପଥିଙ୍କ ମରଶରୀର ତାଙ୍କ ଗାଁ ମାଟି ବାଲେଶ୍ୱର ଜିଲ୍ଲାର ରେମୁଣା ବ୍ଲକର ଇସାଣି ଗାଁରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ସେଠାରେ ପହଞ୍ଚି ତାଙ୍କ ପାର୍ଥିବ ଶରୀରରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ତାଙ୍କ ପରିବାର ସଦସ୍ୟମାନଙ୍କ ସହିତ ୨୦ ମିନିଟ୍ ସମୟ ଅତିବାହିତ କରିଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ଶ୍ମଶାନକୁ ମଧ୍ୟ ଶେଷ ଦର୍ଶନ କରିଥିଲେ। ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ତାଙ୍କ ପରିବାରର ଦୁଃଖ ଦେଖି ‘ମୁଁ ଗଭୀର ମର୍ମାହତ’। ପ୍ରଶାନ୍ତଙ୍କ ପରିବାର ପାଇଁ ସହାୟତା ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସ୍ୱର୍ଗତ ପ୍ରଶାନ୍ତଙ୍କ ନିକଟତମ ଆତ୍ମୀୟଙ୍କୁ ୨୦ ଲକ୍ଷ ଟଙ୍କା ସହାୟତା, ପତ୍ନୀଙ୍କ ପାଇଁ ନିଯୁକ୍ତି ଦିଆଯିବା ସହିତ ତାଙ୍କ ପୁଅର ପାଠପଢା ପାଇଁ ଆବଶ୍ୟକ ବ୍ୟବସ୍ଥା ରାଜ୍ୟ ସରକାର କରିବେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking