21.1 C
Bhubaneswar
Monday, January 27, 2025
Homeଓଡିଶାମୁଖ୍ୟମନ୍ତ୍ରୀଙ୍କ ବଡ ବୟାନ : ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରାର ଦ୍ବିତୀୟ କିସ୍ତି

ମୁଖ୍ୟମନ୍ତ୍ରୀଙ୍କ ବଡ ବୟାନ : ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରାର ଦ୍ବିତୀୟ କିସ୍ତି

ଭୁବନେଶ୍ୱର: ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରାର ଦ୍ବିତୀୟ କିସ୍ତି। ଏନେଇ ସାଧାରଣତନ୍ତ୍ର ଦିବସରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକରେ ଆୟୋଜିତ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସରେ ସାମିଲ ହୋଇଥିଲେ। ମୁଖ୍ୟମନ୍ତ୍ରୀ ପରେଡ୍‌ରେ ଅଭିବାଦନ ଗ୍ରହଣ କରିବା ସହ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରିଥିଲେ । ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ହେବାକୁ ଯାଉଛି। ପ୍ରାଥମିକ ଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧି ପାଇଁ ଆଗାମୀ ୪ ବର୍ଷ ମଧ୍ୟରେ ପ୍ରତି ପଂଚାୟତରେ ଗୋଟିଏ ସ୍କୁଲ ଖୋଲିବ। ଏଥିପାଇଁ ୧୨ ହଜାର କୋଟି ଖର୍ଚ୍ଚ ହେବ। ରାଜ୍ୟରେ ଭିତ୍ତିଭୂମି ବିକାଶ କ୍ଷେତ୍ରରେ ସରକାର ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଉଛନ୍ତି। ଆଗାମୀ ୫ ବର୍ଷ ଓଡ଼ିଆର ଭିତ୍ତିଭୂମି ବିକାଶ ପାଇଁ ସୁବର୍ଣ୍ଣ ସୁଯୋଗ ରହିଛି । ଗ୍ରାମାଞ୍ଚଳ ଭିତ୍ତିଭୂମି ବିକାଶ ପାଇଁ ପ୍ରତିବର୍ଷ ହଜାରେ କୋଟି ଟଙ୍କା ଖର୍ଚ୍ଚ ହେବ। ସ୍ୱାଧୀନତା ସଂଗ୍ରାମୀଙ୍କ ତ୍ୟାଗକୁ ସମ୍ମାନ ଦେଇ ପେନସନ ରାଶିକୁ ବୃଦ୍ଧି କରାଯାଇଛି । ଗଣତନ୍ତ୍ର, ସମ୍ବିଧାନର ସୁରକ୍ଷା ସମସ୍ତଙ୍କ କର୍ତ୍ତବ୍ୟ। ଅନ୍ୟାୟ, ଗର୍ବ ଓ ଅହଂକାର ବିରୋଧରେ ଅସ୍ମିତାର ଲଢେଇ କରିବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking