29.1 C
Bhubaneswar
Monday, June 16, 2025
Homeଓଡିଶାମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି : କୃଷି ଓଭର୍‍ସିଅର ମାନଙ୍କ ମାସିକ ଗସ୍ତଭତ୍ତା ୪୫୦ ଟଙ୍କାରୁ ୧୫୦୦ ଟଙ୍କାକୁ...

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି : କୃଷି ଓଭର୍‍ସିଅର ମାନଙ୍କ ମାସିକ ଗସ୍ତଭତ୍ତା ୪୫୦ ଟଙ୍କାରୁ ୧୫୦୦ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର: କୃଷି ଓଭର୍‍ସିଅର ମାନଙ୍କ ମାସିକ ଗସ୍ତଭତ୍ତା ୪୫୦ ଟଙ୍କାରୁ ୧୫୦୦ ଟଙ୍କାକୁ ବୃଦ୍ଧି ପାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ସୂଚନାଯୋଗ୍ୟ ଯେ, କୃଷି ଓଭର୍‍ସିଅର ମାନଙ୍କୁ ଅତି କମରେ ୨୦ ଦିନ ଗସ୍ତ କରିବାକୁ ପଡ଼ିଥାଏ । ପୂର୍ବରୁ ସେମାନଙ୍କ ମାସିକ ଗସ୍ତଭତ୍ତା (Permanent Travelling Allowance) ୩୦୦ ଟଙ୍କା ଥିବାବେଳେ ୨୦୨୩ ରେ ୪୫୦ ଟଙ୍କାକୁ ବୃଦ୍ଧି କରାଯାଇଥିଲା । ତେବେ ଏହାପରେ ସମାନ ସ୍ତରରେ ଥିବା ଅଧିକାଂଶ ପଦବୀ ଗୁଡ଼ିକର ମାସିକ ଗସ୍ତଭତ୍ତା ବୃଦ୍ଧି ପାଇଥିବା ବେଳେ କୃଷି ଓଭର୍‍ସିଅର ମାନଙ୍କ ଭତ୍ତା ବଢ଼ିନଥିଲା । ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଦ୍ୱାରା କୃଷି ଓଭର୍‍ସିଅରମାନେ ନିୟମିତ ଭାବେ ଗସ୍ତ କରିବା ପାଇଁ ପ୍ରୋତ୍ସାହିତ ହେବେ ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ସମୁଦାୟ ୧୫୬୭ ଟି କୃଷି ଓଭର୍‍ସିଅର ପଦବୀ ଥିବାବେଳେ ବର୍ତ୍ତମାନ ୧୨୫୭ ଜଣ କାର୍ଯ୍ୟରତ ଅଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking