27.1 C
Bhubaneswar
Saturday, July 27, 2024
Homeଓଡିଶାମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି; OTET ପାସ୍‌ କରିଥିବା ଗଣଶିକ୍ଷକ ମାନେ ହେବେ ଏକ୍‌ସ କ୍ୟାଡର ସହକାରୀ ଶିକ୍ଷକ

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି; OTET ପାସ୍‌ କରିଥିବା ଗଣଶିକ୍ଷକ ମାନେ ହେବେ ଏକ୍‌ସ କ୍ୟାଡର ସହକାରୀ ଶିକ୍ଷକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଗଣଶିକ୍ଷକ ମାନଙ୍କ ପାଇଁ  କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।  ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ୧୨,୧୧୩ ଜଣ ଗଣଶିକ୍ଷକ ଉପକୃତ ହେବେ । ସୂଚନାଯୋଗ୍ୟ ଯେ 5-T ତଥା ନବୀନ ଓଡିଶା ଅଧ୍ୟକ୍ଷ ଓ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ଗଣଶିକ୍ଷକ ମାନେ ଏଥିପାଇଁ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ । ଏହି ପ୍ରସ୍ତାବକୁ ବିଚାରକୁ ନେଇ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ OTET ପାସ କରିଥିବା ଗଣଶିକ୍ଷକ ମାନଙ୍କୁ Med ଶିକ୍ଷକ (ଏକ୍ସ କ୍ୟାଡର) ଭାବରେ ନିୟମିତ କରାଯିବ।   ଏହାଦ୍ୱାରା ରାଜ୍ୟର ୧୪୭୨  ଗଣଶିକ୍ଷକ   ଉପକୃତ ହେଲେ ।
ସେହିପରି OTET ପାସ କରିନଥିବା ଗଣଶିକ୍ଷକ ମାନଙ୍କ ମାସିକ ପାରିତୋଷିକ ୭ ହଜାର ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଏହାଦ୍ୱାରା ୧୧୨୧ ଜଣ ଗଣଶିକ୍ଷକ  ଉପକୃତ ହେଲେ । ଏହାସହିତ ଯେଉଁ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନ୍‌କ୍ରିମେଣ୍ଟ ମିଳୁ ନାହିଁ, ସେମାନଙ୍କ ମଧ୍ୟରୁ OTET ପାସ କରିଥିବା ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନ୍‌କ୍ରିମେଣ୍ଟ ପ୍ରଦାନ କରାଯିବ । ଏହାଦ୍ୱାରା ୯୫୨୦ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର)  ଉପକୃତ ହେବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking