ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ୧୯ତମ ପାଳିରେ ବିଭିନ୍ନ ଦୁରାରୋଗ୍ୟ ରୋଗରେ ପୀଡ଼ିତ ପ୍ରାୟ ୧୨ ଜଣଙ୍କ ପାଇଁ ଆଜି ମୁଖ୍ୟମନ୍ତ୍ରୀ ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମ ଜରିଆରେ ୬.୧୫ ଲକ୍ଷ ଟଙ୍କା ଚିକିତ୍ସା ସହାୟତା ରାଶି ମଞ୍ଜୁର କରିଛନ୍ତି।ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସକାଳେ ଭୁବନେଶ୍ୱର ୟୁନିଟ-୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀ ମଣ୍ଡଳର ୬ଜଣ ବରିଷ୍ଠ ମନ୍ତ୍ରୀ ମଧ୍ୟ ଉପସ୍ଥିତଥିଲେ। ଉଭୟ ଅନ୍ଲାଇନ ଓ ଅଫ୍ଲାଇନ ଜରିଆରେ ୭୦୦ରୁ ଉର୍ଦ୍ଧ୍ୱ ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ଶୁଣାଣି ପ୍ରକୋଷ୍ଠ ପରେ ଗଣମାଧ୍ୟମ ଆଗରେ ବିବୃତି ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି, ତାଙ୍କ ସରକାର ପ୍ରଥମରୁ ହିଁ ସାଧାରଣ ଲୋକଙ୍କ ସହିତ ଯୋଡ଼ି ହୋଇରହିଛି। ସାଧାରଣ ଲୋକଙ୍କ ସମସ୍ୟା ପ୍ରତି ଆମେ ସର୍ବାଧିକ ଗୁରୁତ୍ୱ ଦେଇ କାମ କରୁଛନ୍ତି। ତାଙ୍କ ସରକାର ପ୍ରକୃତ ଅର୍ଥରେ ହେଉଛି ସାଧାରଣ ଲୋକଙ୍କ ସରକାର।










