28.1 C
Bhubaneswar
Monday, February 23, 2026
Homeଓଡିଶାହିତାଧିକାରୀଙ୍କୁ ୩ମାସର ଚାଉଳ ଆଗୁଆ ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ହିତାଧିକାରୀଙ୍କୁ ୩ମାସର ଚାଉଳ ଆଗୁଆ ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ହିତାଧିକାରୀମାନଙ୍କୁ ତିନି ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।ପ୍ରତ୍ୟେକ ହିତାଧିକାରୀ ତିନି ମାସ (ଅକ୍ଟୋବରରୁ ଡିସେମ୍ବର) ପାଇଁ ୧୫ କିଲୋ ଲେଖାଏ ଚାଉଳ ପାଇବେ। ରାଜ୍ୟ ସରକାର ଇ-ଶ୍ରମିକ ଭାବରେ ପଞ୍ଜୀକରଣ କରିଥିବା ସବୁ ଶ୍ରମିକଙ୍କୁ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ସାମିଲ କରିବା ପାଇଁ ପଦକ୍ଷେପ ନେଉଛନ୍ତି। ଇ-ଶ୍ରମିକରେ ପଞ୍ଜୀକୃତ ହୋଇଥିବା ୧କୋଟି ୩୦ଲକ୍ଷ ଶ୍ରମିକଙ୍କ ମଧ୍ୟରୁ ପ୍ରାୟ ସମସ୍ତେ ସାମିଲ ହୋଇଥିବା ବେଳେ ଆଉ ୧ଲକ୍ଷ ୩୧ ହଜାର ଶ୍ରମିକ ବାକି ରହିଛନ୍ତି। ସେମାନଙ୍କୁ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ତୁରନ୍ତ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ରାଜ୍ୟରେ ସରକାର ବଦଳିବା ପରେ ଗତ ଅଗଷ୍ଟ ମାସ ଠାରୁ ଇ-କେୱାଇସି ଆରମ୍ଭ ହୋଇଛି। ଏହାକୁ ରାଜ୍ୟ ସରକାର ବାଧ୍ୟତାମୂଳକ କରିଛନ୍ତି। ଇ-କେୱାଇସି ନଭରିଲେ ହିତାଧିକାରୀଙ୍କୁ ରାସନ ସାମଗ୍ରୀ ମିଳିବନି ବୋଲି ସରକାର ଚେତାବନୀ ଦେଇଛନ୍ତି। ରାଜ୍ୟରେ ଏବେ ଇ-କେୱାଇସି ଜାରି ରହିଛି। ହିତାଧିକାରୀମାନେ ଏଥିପାଇଁ କଣ୍ଟ୍ରୋଲ ଡିଲରଙ୍କ ପାଖରେ ଲାଇନ ଲଗାଉଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking