28.1 C
Bhubaneswar
Friday, March 29, 2024
Homeଓଡିଶାଭୁବନେଶ୍ୱରର ଟ୍ରାଫିକ ସମସ୍ୟା ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, ସ୍ଥିତି ଅନୁଧ୍ୟାନ କଲେ ୫-ଟି ସଚିବ

ଭୁବନେଶ୍ୱରର ଟ୍ରାଫିକ ସମସ୍ୟା ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, ସ୍ଥିତି ଅନୁଧ୍ୟାନ କଲେ ୫-ଟି ସଚିବ

ଭୁବନେଶ୍ୱର : ଭୁବନେଶ୍ୱରର ଲୋକସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି. ଗାଡ଼ି ମୋଟର ସଂଖ୍ୟାରେ ମଧ୍ୟ୍ୟ ବୃଦ୍ଧି ଘଟୁଛି । ଏହା ଦ୍ୱାରା ଟ୍ରାଫିକ ନିୟନ୍ତ୍ରଣ ଏକ ମୁଖ୍ୟ ସମସ୍ୟା ହୋଇଛି । ଭୁବନେଶ୍ୱର ଟ୍ରାଫିକ ବ୍ୟବସ୍ଥା ରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ନିର୍ଦେଶରେ ରେ ୫-ଟି ସଚିବ ଶ୍ରୀ ଭିକେ ପାଣ୍ଡିଆନ ଆଜି ବଡି ଭୋରରୁ ଶିଶୁ ଭବନ ଚ୍ଛକ, ରବି ଟକିଜ ଛକ କଳ୍ପନା ଚ୍ଛକ, ବେହେରା ସାହି ଛକ. ରସୁଲଗଡ ଚ୍ଛକ ଓ଼ ଆଇଗିଣିଆ ଚ୍ଛକ ଆଦି ବୁଲି ଦେଖିବା ସହ ସ୍ଥିତି ଅନୁଧ୍ୟାନ କରିଥିଲେ ଓ ପ୍ରଶାସନ ଏବଂ ପୋଲିସର ବରିଷ୍ଠ ଅଧିକାରୀଙ୍କ ସହ ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ସମ୍ପର୍କରେ ଆଲୋଚନା କରିଥିଲେ ।  ଏହି ପରିଦର୍ଶନ ସମୟରେ ପୋଲିସ କମିଶନର ଏସ ପ୍ରିୟଦର୍ଶୀ. ପୂର୍ତ ସଚିବ ଭି ଭି ଯାଦବ, ବିଏମ୍‌ସି କମିଶନର କୁଳାଙ୍ଗେ ପ୍ରମୁଖ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking