23.1 C
Bhubaneswar
Tuesday, February 11, 2025
Homeଓଡିଶାଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ; ସରକାରୀ ଜମିରୁ ହଟିବ ବେଆଇନ ଦଖଲ

ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ; ସରକାରୀ ଜମିରୁ ହଟିବ ବେଆଇନ ଦଖଲ

ଭୁବନେଶ୍ୱର : ବେଆଇନ ଦଖଲରେ ଥିବା ସରକାରୀ ଜମି ଉଦ୍ଧାର ହେବ । ସାରା ରାଜ୍ୟରେ ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଥିବା ସରକାରୀ ଜମିରୁ ବେଆଇନ ଦଖଲ ହଟିବ । ଜିଲ୍ଲାପାଳମାନଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋମବାର ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସରକାରୀ ଜମିଗୁଡ଼ିକ ମୁଖ୍ୟତଃ ବିକାଶ ଓ ସର୍ବସାଧାରଣ କଲ୍ୟାଣ କାର୍ଯ୍ୟ ନିମନ୍ତେ ବ୍ୟବହାର ହୁଏ ।

ଜବରଦଖଲ ଯୋଗୁ ବିକାଶ ବାଧାପ୍ରାପ୍ତ ହେଉଛି । ତେଣୁ ଏସବୁ ବେଆଇନ ଦଖଲ ତୁରନ୍ତ ହଟାଯିବା ଆବଶ୍ୟକ । ପ୍ରଚଳିତ ନିୟମ ଅନୁଯାୟୀ ଜବରଦଖଲ ହଟିବା ପରେ ଏହାକୁ ବାଡ଼ ବସାଇ ଓ ଏଥିରେ ସମସ୍ତଙ୍କ ଦୃଷ୍ଟି ଗୋଚର ହେବା ଭଳି ସାଇନ୍ ବୋର୍ଡ଼ ଲଗାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ ପ୍ରକାଶ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking