28.8 C
Bhubaneswar
Sunday, April 12, 2026
Homeଓଡିଶାଓଡିଶାରେ ହିନ୍ଦୀ ଭାଷାର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ

ଓଡିଶାରେ ହିନ୍ଦୀ ଭାଷାର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ

ଭୁବନେଶ୍ୱର:  ଆଜି ନୂଆ ଦିଲ୍ଲୀରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ ହିନ୍ଦୀ ସମିତିର ୩୨ତମ ବୈଠକ ଅନୁଷ୍ଠିତ  ହୋଇଯାଇଛି। ଏହି ବୈଠକରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡିଶାରେ ହିନ୍ଦୀ ଭାଷାର ପ୍ରଚାର ପ୍ରସାର ପାଇଁ କେତେକ ପ୍ରସ୍ତାବ ରଖିଥିଲେ । ସେଗୁଡିକ ହେଲା- ଓଡିଶାରେ ସ୍ୱତନ୍ତ୍ର ହିନ୍ଦୀ ଶିକ୍ଷା ପ୍ରତିଷ୍ଠାନ ସ୍ଥାପନ- ରାଜ୍ୟରେ ଅଧିକ ସଂଖ୍ୟକ ହିନ୍ଦି ଶିକ୍ଷକ ସୃଷ୍ଟି କରିବା ଏବଂ ହିନ୍ଦୀ ସାହିତ୍ୟକୁ ପ୍ରୋତ୍ସାହନ ଦେବା ପାଇଁ ସ୍ୱତନ୍ତ୍ର ହିନ୍ଦୀ ଶିକ୍ଷା ପ୍ରତିଷ୍ଠାନର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଓଡିଆ-ହିନ୍ଦି ଅନୁବାଦ କେନ୍ଦ୍ର ପ୍ରତିଷ୍ଠା- ଓଡିଆ ଓ ହିନ୍ଦି ଭାଷାର ପ୍ରଚାର ପ୍ରସାର ପାଇଁ ଉଭୟ ଭାଷାର ଅନବଦ୍ୟ ସାହିତ୍ୟିକ କୃତି ଏବଂ ଅନ୍ୟାନ୍ୟ ରଚନା ଗୁଡିକର ଅନୁବାଦ ଆବଶ୍ୟକ । ଏଥି ପାଇଁ କେନ୍ଦ୍ର ସରକାରଙ୍କ ରାଜଭାଷା ବିଭାଗର ଆର୍ଥିକ ସହାୟତାରେ ଏକ ସ୍ୱତନ୍ତ୍ର ଅନୁବାଦ କେନ୍ଦ୍ର ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଥିଲେ।

ଅଧିକ ସାଂସ୍କୃତିକ ବିନିମୟ କାର୍ଯ୍ୟକ୍ରମର ଆୟୋଜନ- ହିନ୍ଦୀ ଏବଂ ଓଡିଆ ଭାଷା ଓ ସାହିତ୍ୟ ମଧ୍ୟରେ ଅଧିକ ସାଂସ୍କୃତିକ ବିନିମୟ ପାଇଁ ଜାତୀୟ ଓ ରାଜ୍ୟ ସ୍ତରରେ ଅଧିକ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବା ଆବଶ୍ୟକ । ଏହି ସବୁ କାର୍ଯ୍ୟକ୍ରମରେ ବିଭିନ୍ନ ରାଜ୍ୟର କବି, ସାହିତ୍ୟିକ, ଲେଖକ ଓ ବୁଦ୍ଧିଜୀବୀମାନେ ଅଂଶଗ୍ରହଣ କରିବା ଆବଶ୍ୟକ। ଏହା ଦ୍ୱାରା ହିନ୍ଦୀ ଓ ଓଡିଆ ମଧ୍ୟରେ ସାହିତ୍ୟିକ ଓ ସାଂସ୍କୃତିକ ସମ୍ବନ୍ଧ ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ପ୍ରସ୍ତାବରେ କହିଥିଲେ। ଉଭୟ ଭାଷାରେ ଅନୁସନ୍ଧାନ ଓ ଗବେଷଣା ପାଇଁ ଓଡିଶାରେ ଏକ ଇଣ୍ଟର-ଲାଙ୍ଗୁଏଜ୍ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍ ର ସ୍ଥାପନା କରାଯିବା ଆବଶ୍ୟକ । ଏହା ଦ୍ୱାରା ଉଭୟ ଭାଷାର ପାରସ୍ପରିକ ବିକାଶ ପାଇଁ ଯୋଜନା ପ୍ରସ୍ତୁତ କରାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଶିକ୍ଷା ବ୍ୟବସ୍ଥାରେ ହିନ୍ଦୀ ଶିକ୍ଷାଦାନ ପାଇଁ ଆବଶ୍ୟକୀୟ ସମ୍ବଳ ପାଇଁ ରାଜ୍ୟକୁ କେନ୍ଦ୍ରୀୟ ଅନୁଦାନ ଏବଂ ସ୍ୱତନ୍ତ୍ର ସହାୟତା ପ୍ରଦାନ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ରଖିଥିଲେ। ଏହା ସହିତ ହିନ୍ଦୀ ସାହିତ୍ୟର ବିକାଶ ପାଇଁ ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ଓ ଶିକ୍ଷା ପ୍ରତିଷ୍ଠାନ ଗୁଡିକୁ ସ୍ୱତନ୍ତ୍ର ଅନୁଦାନ ଏବଂ ସହଯୋଗ ପ୍ରଦାନ କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଥିଲେ। ଏହି ବୈଠକରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ଜେ . ପି. ନଡ୍ଡା, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂକେନ୍ଦ୍ର ମନ୍ତ୍ରୀ ମଣ୍ତଳ ର ଅନେକ ସଦସ୍ୟ , କଟକ ସାଂସଦ ଶ୍ରୀ ଭର୍ତ୍ତୃହରି ମହତାବ ଓ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଯୋଗ ଦେଇଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking