ଭୁବନେଶ୍ୱର: ଫେବୃୟାରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ଆସନ୍ତା ସୋମବାର ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ସେଦିନ ପୂର୍ବାହ୍ନ ୧୦ ଘଟିକାରୁ ଭୁବନେଶ୍ୱର ୟୁନିଟ-୨, ଅଶୋକ ନଗର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ।
ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଫେବୃଆରୀ ୬ ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହୋଇ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ । ଏଥି ନିମନ୍ତେ ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ।









