17.1 C
Bhubaneswar
Wednesday, February 4, 2026
Homeଓଡିଶା୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ସେଦିନ ପୂର୍ବାହ୍ଣ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଡିସେମ୍ବର ୩୧ ତାରିଖ ପୂର୍ବାହ୍ଣ ୧୧ ଠାରୁ ଆରମ୍ଭ ହୋଇ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ। ଏଥି ନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ୍ ଅଥବା ଜନଶୁଣାଣି ମୋବାଇଲ୍ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ । ଜନସାଧାରଣ ପଞ୍ଜୀକୃତପ୍ରାପ୍ତି ସ୍ୱୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking