15.1 C
Bhubaneswar
Thursday, December 18, 2025
Homeଓଡିଶାଜୁଲାଇ ୨୮ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଜୁଲାଇ ୨୮ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ଆସନ୍ତା ସୋମବାର ଜୁଲାଇ ୨୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ସେଦିନ ସକାଳ ୮ ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଜୁଲାଇ ୨୫ ତାରିଖ ଠାରୁ ଆରମ୍ଭ ହୋଇ ସର୍ବାଧିବକ ୧୦୦୦ ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ। ଏଥି ନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ। ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking