ଭୁବନେଶ୍ୱର: ବାତ୍ୟା ମୋନ୍ଥାକୁ ନେଇ ସରକାରଙ୍କ ସମୀକ୍ଷା ବୈଠକ ଚାଲିଛି । ଲୋକସେବା ଭବନରେ ସମୀକ୍ଷା ବୈଠକ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲିଛି । ବୈଠକରେ ରାଜସ୍ୱ ମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବ ଉପସ୍ଥିତ ଅଛନ୍ତି । ଏସଆରସି ଓ ସବୁ ବିଭାଗ ଅଧିକାରୀ ସାମିଲ ଅଛନ୍ତି । ଜଳସମ୍ପଦ ବିଭାଗ ଅତିରିକ୍ତ ସଚିବ, ସ୍ୱାସ୍ଥ୍ୟ ସଚିବ ଉପସ୍ଥିତ ଅଛନ୍ତି । ପଞ୍ଚାୟତିରାଜ ସଚିବ, ଶକ୍ତି ସଚିବ, ପୁଲିସ ଡିଜି, ଅଗ୍ନିଶମ ଡିଜି ବୈଠକରେ ସାମିଲ ଅଛନ୍ତି ।ରାଜ୍ୟର ବିଭିନ୍ନ ସ୍ଥାନରେ ବାତ୍ୟା ପ୍ରଭାବରେ ବର୍ଷା ଆରମ୍ଭ ହୋଇଯାଇଛି । ରାୟଗଡ଼ା କାଶୀନଗରରେ ପ୍ରବଳ ବର୍ଷା ଯୋଗୁଁ ଏକ ପାହାଡ଼ ଧସି ଯାଇଛି । ଗରବା ଓ ଲିଙ୍ଗା ମଝି ରାସ୍ତାରେ ହୋଇଛି ଭୂସ୍ଖଳନ । ଗୁମ୍ମା-କାଶୀନଗରକୁ ସଂଯୋଗ କରୁଥିଲା ଏହି ରାସ୍ତା । ପାହାଡ଼ ଧସିବା ଯୋଗୁଁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।










