22.1 C
Bhubaneswar
Sunday, February 15, 2026
Homeଓଡିଶାଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତ

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତ

ଭୁବନେଶ୍ବର: ଆଜିଠୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ। କାର୍ଯ୍ୟସୂଚୀ ଅନୁଯାୟୀ, ସୋମବାର ଦିନ ୧୦ଟାରେ ଭୁବନେଶ୍ୱର ବିମାନବନ୍ଦରରୁ ବାହାରିବେ ମୁଖ୍ୟମନ୍ତ୍ରୀ। ଏହା ପରେ ଝାଡ଼ଖଣ୍ଡରେ ପହଞ୍ଚି ସେଠାରୁ ରାଞ୍ଚିରୁ ହେଲିକପ୍‌ଟର ଯୋଗେ ପଶ୍ଚିମ ସିଂହଭୂମରେ ପହଞ୍ଚିବେ ।

ଆଜି ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି ଚାଇଁବାସାର କୋଲ୍ ହାନ୍ ଯିବେ। ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଗକୁ ଝାଡ଼ଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ପଶ୍ଚିମ ସିଂହଭୂମି ଓ କୋଲହାନରେ ସଂଖ୍ୟାଧିକ ଓଡ଼ିଆ ଭାଷାଭାଷୀ ବସବାସ କରନ୍ତି। ସେସବୁ ସ୍ଥାନକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଓଡ଼ିଆ ଭାଷାଭାଷୀଙ୍କ ଉପରେ ପ୍ରଭାବ ପକାଇବ।

ସେହିପରି ସୀମାନ୍ତ ପଡ଼ୋଶୀ ଜିଲ୍ଲା ସୁନ୍ଦରଗଡ଼, ମୟୂରଭଞ୍ଜ ସମେତ କେନ୍ଦୁଝର ଓ ବାଲେଶ୍ବର ଜିଲ୍ଲାର ବିଜେପିର ବରିଷ୍ଠ ନେତା, ସାଂସଦ, ବିଧାୟକ ବି ଝାଡ଼ଖଣ୍ଡ ଯିବେ ବୋଲି ସୂଚନା ମିଳିଛି। ଝାଡ଼ଖଣ୍ଡରେ କେବେ ନିର୍ବାଚନ ହେବ ସେନେଇ ତାରିଖ ଘୋଷଣା କରାଯାଇନାହିଁ। ତେବେ ବିଜେପି ପକ୍ଷରୁ ପ୍ରାକ୍ ନିର୍ବାଚନୀ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking