27.1 C
Bhubaneswar
Wednesday, May 8, 2024
Homeବ୍ରେକୀଙ୍ଗଆଜି ବଲାଙ୍ଗିର ଓ ବରଗଡ଼ ଜିଲ୍ଲା ଗସ୍ତରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ...

ଆଜି ବଲାଙ୍ଗିର ଓ ବରଗଡ଼ ଜିଲ୍ଲା ଗସ୍ତରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଫାଇଭ୍‌ ଟି ସଚିବ

ଭୁବନେଶ୍ୱର :  ରାଜ୍ୟ ସରକାରଙ୍କ ଫୋକସରେ ଏବେ ପଶ୍ଚିମ ଓଡ଼ିଶା। ସମ୍ବଲପୁର ଓ ରାଉରକେଲା ପରେ ଆଜି ବଲାଙ୍ଗିର ଓ ବରଗଡ଼ ଜିଲ୍ଲା ଗସ୍ତ କରିବେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର। ତାଙ୍କ ସହ ଫାଇଭ୍‌ ଟି ସଚିବ ଭି.କେ ପାଣ୍ଡିଆନ୍‌ ମଧ୍ୟ ରହିବେ। ପାଇକମାଲରେ ନୃସିଂହନାଥ ମନ୍ଦିର ପରିଦର୍ଶନ ସହ ଉନ୍ନତି କାର୍ଯ୍ୟର ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି। ବରଗଡ଼ ସତିଭଟା ଏୟାରଷ୍ଟ୍ରିପରେ ପହଞ୍ଚିବେ। ପରେ ସେଠାରୁ ନୃସିଂହନାଥ ମନ୍ଦିର ଯିବାର କାର୍ଯ୍ୟକ୍ରମ ରହିଛି। ସେଠାରୁ ବଲାଙ୍ଗିରର ହରିଶଙ୍କର ମନ୍ଦିର ଯାଇ ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟ ସଚିବ ଓ ଫାଇଭ୍‌ ଟି ସଚିବଙ୍କ ସହ ଜଳ ସମ୍ପଦ ସଚିବ, ସ୍ୱତନ୍ତ୍ର ସଚିବ ଓ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ ମଧ୍ୟ ଉପସ୍ଥିତ ରହିବେ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking