30.1 C
Bhubaneswar
Monday, May 20, 2024
Homeରଥଯାତ୍ରା-୨୦୨୩ଚୁଡାନ୍ତ ହେଲା ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ: ଦେଖନ୍ତୁ, କେତେ ବେଳେ ହେବ ରଥଟଣା ?

ଚୁଡାନ୍ତ ହେଲା ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ: ଦେଖନ୍ତୁ, କେତେ ବେଳେ ହେବ ରଥଟଣା ?

ପୁରୀ: ଚୁଡାନ୍ତ ହେଲା ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ । ଆସନ୍ତା ଜୁନ ୨୦ରେ ରଥଯାତ୍ରା । ସକାଳ ୯ଟାରେ ତିନିରଥକୁ ପ୍ରତିଷ୍ଠା କରାଯିବ। ୯ଟା ୧୫ରେ ମଙ୍ଗଳାର୍ପଣ ପରେ ସାଢେ ୯ଟାରୁ ଆରମ୍ଭ ହେବ ଠାକୁରଙ୍କ ପହଣ୍ଡି ଆରମ୍ଭ ହୋଇ ସାଢେ ୧୨ଟା ସୁଦ୍ଧା ଚତୁର୍ଦ୍ଧା ମୂର୍ତ୍ତିଙ୍କ ପହଣ୍ଡି ଶେଷ ହେବ । ତେବେ ଦାରୁ ବିଗ୍ରହମାନେ ରଥାରୁଢ ହେବା ପରେ ମଦନମୋହନ ବିଜେ କରିବେ । ଚିତା ଲାଗି ପରେ ବେଶ ଶେଷ ହେବ । ଅପରାହ୍ନ ସାଢେ ୨ଟାରୁ ସାଢେ ୩ଟା ମଧ୍ୟରେ ଛେରାପହଁରା ଶେଷ ହେବ । ପରେ ଚାରମାଳ ଫିଟାଯାଇ ଘୋଡା ଓ ସାରଥି ଲାଗିବେ। ଏହାପରେ ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ହେବ ବୋଲି ନୀତି ନିର୍ଘଣ୍ଟ କରାଯାଇଛି । ରଥ ଟଣା ପରେ ଅନ୍ୟାନ୍ୟ ନୀତି ରଥ ଉପରେ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ବାହୁଡ଼ା ଯାତ୍ରା ନୀତି ନିର୍ଘଣ୍ଟ

ବାହୁଡ଼ା ଯାତ୍ରା ନୀତି ନିର୍ଘଣ୍ଟ ସେହିପରି ଜୁନ୍ ୨୮ ତାରିଖ ବାହୁଡ଼ା ଯାତ୍ରା ନୀତି ନିର୍ଘଣ୍ଟ ହୋଇଛି । ମଧ୍ୟାହ୍ନ ୧୨ଟାରୁ ବାହୁଡା ପହଣ୍ଡି ଆରମ୍ଭ ହୋଇ ଅପରାହ୍ନ ସାଢେ ୨ଟାରେ ପହଣ୍ଡି ଶେଷ ହେବ । ସାଢେ ୨ଟାରୁ ସାଢେ ୩ଟା ମଧ୍ୟରେ ଛେରା ପହଁରା ଶେଷ ହୋଇ ଅପରାହ୍ନ ୪ଟାରେ ରଥଟଣା ଯିବ। ୨୯ ତାରିଖ ଅପରାହ୍ନ ୫ଟାରୁ ସନ୍ଧ୍ୟା ସାଢେ ୬ଟା ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ । ରାତି ୧୦ରୁ ୧୧ଟା ମଧ୍ୟରେ ବେଶ ମଇଲମ କରାଯିବ । ୩୦ ତାରିଖ ରାତି ୮ଟାରେ ଅଧରପଣା ନୀତି ସମ୍ପନ୍ନ ହେବ । ସେହିପରି ଜୁଲାଇ ୧ ତାରିଖରେ ମହାପ୍ରଭୁ ନୀଳାଦ୍ରିବିଜେ ଅର୍ଥାତ୍ ରତ୍ନସିଂହାସନକୁ ବିଜେ କରିବେ ବୋଲି ନୀତି ଚୂଡ଼ାନ୍ତ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking