30.1 C
Bhubaneswar
Wednesday, March 25, 2026
Homeଦେଶ ବିଦେଶସିନେମା ହଲ୍ ସମ୍ମୁଖରେ ଦଳାଚକଟା ପ୍ରସଙ୍ଗ; ଅଲ୍ଲୁ ଅର୍ଜୁନଙ୍କ ଘର ଆଗରେ ବିକ୍ଷୋଭ ଓ ଭଙ୍ଗାରୁଜା,...

ସିନେମା ହଲ୍ ସମ୍ମୁଖରେ ଦଳାଚକଟା ପ୍ରସଙ୍ଗ; ଅଲ୍ଲୁ ଅର୍ଜୁନଙ୍କ ଘର ଆଗରେ ବିକ୍ଷୋଭ ଓ ଭଙ୍ଗାରୁଜା, ୮ ଗିରଫ

ହାଇଦ୍ରାବାଦ୍‌: ଓସମାନିଆ ୟୁନିଭର୍ସିଟିର କିଛି ସଦସ୍ୟ ଆଜି ଅଲ୍ଲୁ ଅର୍ଜୁନଙ୍କ ହାଇଦ୍ରାବାଦ ଜୁବଲି ହିଲ୍ସ ସ୍ଥିତ ବାସଭବନ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଭଙ୍ଗାରୁଜା କରିଛନ୍ତି। ଏପରିକି ଅଭିନେତାଙ୍କ ଘର ଭିତରେ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ତେବେ ଆନ୍ଦୋଳନକାରୀଙ୍କ ମଧ୍ୟରୁ ୮ ଜଣଙ୍କୁ ପୁଲିସ ଉଠାଇ ନେଇଥିବା ଜଣାପଡ଼ିଛି। ସନ୍ଧ୍ୟା ଥିଏଟରରେ ଦଳାଚକଟାରେ ମୃତ୍ୟୁବରଣ କରିଥିବା ମହିଳାଙ୍କ ପରିବାରକୁ କୋଟିଏ ଟଙ୍କା କ୍ଷତିପୂରଣ ଦେବାକୁ ସେମାନେ ଦାବି କରିଛନ୍ତି। ଏହି ବିକ୍ଷୋଭ ପ୍ରଦର୍ଶନ ସମୟର ଭିଡିଓ ମଧ୍ୟ ସାମ୍ନକୁ ଆସିଛି।

ଡିସେମ୍ବର ୪ ତାରିଖରେ ହାଇଦ୍ରାବାଦ୍ ସନ୍ଧ୍ୟା ଥିଏଟରରେ ଅଲ୍ଲୁ ଅର୍ଜୁନଙ୍କ ଅଭିନୀତ ‘ପୁଷ୍ପା-୨: ଦି ରୁଲ୍ସ’ର ପ୍ରିମିୟର ସ୍କ୍ରିନିଂ କରାଯାଇଥିଲା। ଏଠାରେ ନିଜେ ଅଲ୍ଲୁ ଅର୍ଜୁନ ମଧ୍ୟ ପହଞ୍ଚିଥିଲେ। ଯେଉଁଠାରେ ତାଙ୍କୁ ଦେଖିବାକୁ ଉପସ୍ଥିତ ଦର୍ଶକଙ୍କ ମଧ୍ୟରେ ଦଳାଚକଟା ସ୍ଥିତି ଉପୁଜିଥିଲା। ଏହି ଦଳାଚକଟାରେ ଜଣେ ୩୯ ବର୍ଷୀୟା ମହିଳାଙ୍କର ମୃତ୍ୟୁ ଘଟିଥିବାବେଳେ ତାଙ୍କର ନାବାଳକ ପୁଅ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲା। ଏହାକୁ ନେଇ ବିବାଦ ସୃଷ୍ଟି ହୋଇଛି। ଏସବୁ ମଧ୍ୟରେ ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ମଧ୍ୟ ଏହି ଘଟଣାରେ ଅଲ୍ଲୁ ଅର୍ଜୁନ୍‌ଙ୍କ ବିରୋଧରେ ମନ୍ତବ୍ୟ ଦେଇଛନ୍ତି। ଏହି ମାମଲାରେ ଅଲ୍ଲୁ ଅର୍ଜୁନ୍‌ଙ୍କୁ ଗିରଫ କରାଯାଇଥିଲେ ମଧ୍ୟ ସେ ଜାମିନ୍‌ରେ ବାହାରକୁ ଆସିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking