31.1 C
Bhubaneswar
Friday, March 29, 2024
Homeଦେଶ ବିଦେଶକ୍ଳାଟ୍ ପରୀକ୍ଷା ପିଟିସନ ସୁପ୍ରିମକୋର୍ଟରେ ଖାରଜ

କ୍ଳାଟ୍ ପରୀକ୍ଷା ପିଟିସନ ସୁପ୍ରିମକୋର୍ଟରେ ଖାରଜ

ନୂଆଦିଲ୍ଲୀ: ଦେଶର ୨୨ଟି ଜାତୀୟ ଆଇନ ବିଶ୍ୱବିଦ୍ୟାଳୟରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବାକୁ ଜୁଲାଇ ୨୩ରେ ଅନୁଷ୍ଠିତ ହେବାକୁ ଥିବା ସର୍ବଭାରତୀୟସ୍ତରର କ୍ଲାଟ୍ (କମନ ଲ’ ଆଡମିଶନ ଟେଷ୍ଟ) ପରୀକ୍ଷା ଘୁଞ୍ଚିବ ନାହିଁ ବୋଲି ସୁପ୍ରିମକୋର୍ଟ ସ୍ପଷ୍ଟ ମନା କରିଛନ୍ତି । କୋଭିଡ୍ ସ୍ଥିତି ସ୍ୱାଭାବିକ ହେବା ପର୍ଯ୍ୟନ୍ତ ଏହି ପରୀକ୍ଷା ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟରେ ଏକାଧିକ ପିଟିସନ ଦାଏର କରାଯାଇଥିଲା । ମଙ୍ଗଳବାର ଜଷ୍ଟିସ ଏଲ.ନାଗେଶ୍ୱର ରାଓ ଓ ଜଷ୍ଟିସ ଅନିରୁଦ୍ଧ ବୋଷଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହାକୁ ଖାରଜ କରିଦେଇଛନ୍ତି । ପ୍ରାୟ ୮୦ ହଜାର ଛାତ୍ରଛାତ୍ରୀ ଏହି ପରୀକ୍ଷା ପାଇଁ ପ୍ରସ୍ତୁତ ହୋଇସାରିଥିବାବେଳେ ଶେଷ ମୁହୂର୍ତ୍ତରେ ଏହାକୁ ସ୍ଥଗିତ ରଖିବା ଅସମ୍ଭବ ବୋଲି ଖଣ୍ଡପୀଠ ରାୟରେ ଉଲ୍ଲେଖ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking