29.1 C
Bhubaneswar
Sunday, May 19, 2024
Homeଓଡିଶାବାଣପୁର ଗ୍ୟାସ ସିଲିଣ୍ଡର ଦୁର୍ଘଟଣା: ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା...

ବାଣପୁର ଗ୍ୟାସ ସିଲିଣ୍ଡର ଦୁର୍ଘଟଣା: ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା

ଭୁବନେଶ୍ୱର: ବାଣପୁରର ଗମ୍ଭାରୀ ମୁଣ୍ଡା ଗାଁରେ ଗ୍ୟାସ ସିଲିଣ୍ଡର ଦୁର୍ଘଟଣାରେ ଗୁରୁତର ଆହତ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ଏତଦବ୍ୟତୀତ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ବ୍ୟକ୍ତିମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ସୋମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ସୂଚନାଯୋଗ୍ୟ, ଗତକାଲି ଖୋର୍ଦ୍ଧା ବାଣପୁର ଥାନା ଗମ୍ଭାରୀମୁଣ୍ଡା ଗାଁରେ ଏକ ଅଘଟଣ ଘଟି ଯାଇଥିଲା । ରୋଷେଇ ଗ୍ୟାସ ଟାଙ୍କି ଫାଟି ପୋଡ଼ିହୋଇ ୭ ଆହତ ହୋଇଥିଲେ । ଆହତଙ୍କ ମଧ୍ୟରୁ ଗୋଟିଏ ପରିବାରର ୫ ଜଣ ଓ ଅନ୍ୟ ୨ ଜଣ ପଡ଼ୋଶୀ ଥିଲେ । ସମସ୍ତଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା । ଗମ୍ଭାରୀମୁଣ୍ଡା ଗାଁର ରବୀନ୍ଦ୍ର ପ୍ରଧାନଙ୍କ ଘରେ ହଠାତ ନିଆଁ ଲାଗି ଯାଇଥିଲା । । ରୋଷେଇ କରିବା ପାଇଁ ଗ୍ୟାସ ଅନ୍ କରିବାରୁ ନିଆଁ ହଠାତ୍ ଜଳି ଉଠିଥିଲା । ପରିବାର ଲୋକେ ପାଟି କରିବାରୁ ଘର ଲୋକଙ୍କ ସମେତ ପଡୋଶୀ ଲୋକେ ଦୌଡି ଆସି ନିଆଁ ଲିଭାଇବାକୁ ଉଦ୍ୟମ କରିଥିଲେ । ହେଲେ ଏହି ସମୟରେ ସିଲିଣ୍ଡରଟି ଫାଟି ଯାଇଥିଲା । ଫଳରେ ରବୀନ୍ଦ୍ରଙ୍କ ପରିବାରରୁ ଜଣେ ଏବଂ ଗାଁର ଅନ୍ୟ ୬ ଜଣ ଯୁବକ ଗୁରୁତର ଆହତ ହୋଇଥିଲେ । ଏମାନଙ୍କ ମଧ୍ୟରେ ୬ ଜଣ ପୁରୁଷ ଥିବାବେଳେ ଜଣେ ମହିଳା ଥିଲେ । ସେମାନଙ୍କ ଅବସ୍ଥା ଗୁରୁତର ଥିବାରୁ ଚିକିତ୍ସା ପାଇଁ କଟକ ଏବଂ ଭୁବନେଶ୍ୱର ପଠାଯାଇଥିଲା । ଅନ୍ୟ ତିନିଜଣ ସାମାନ୍ୟ ଆହତ ହୋଇଥିଲେ । ବାଣପୁର ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking