17.1 C
Bhubaneswar
Wednesday, December 24, 2025
Homeଓଡିଶା୧୦୦ରୁ ଅଧିକ କମ୍ପାନୀ ସିଇଓଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା; ପ୍ରତି ଜିଲ୍ଲାରେ ଶିଳ୍ପ ପ୍ରତିଷ୍ଠା ଲକ୍ଷ୍ୟ

୧୦୦ରୁ ଅଧିକ କମ୍ପାନୀ ସିଇଓଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା; ପ୍ରତି ଜିଲ୍ଲାରେ ଶିଳ୍ପ ପ୍ରତିଷ୍ଠା ଲକ୍ଷ୍ୟ

ଭୁବନେଶ୍ୱର: ଓଡ଼ିଶାର ପ୍ରତି ଜିଲ୍ଲାରେ ଶିଳ୍ପ ପ୍ରତିଷ୍ଠା ପାଇଁ ଆମେ ଲକ୍ଷ୍ୟ ରଖିଛୁ। ଏଥିପାଇଁ ଆମେ ଭିତ୍ତିଭୂମି ବିକାଶ କରୁଛୁ। ରାଜ୍ୟରେ ରେଳପଥ,ସଡ଼କପଥ ଓ ବନ୍ଦରର ବିକାଶ କରାଯାଉଛି। ଏହାଦ୍ୱାରା ମାଲକାନଗିରି ଭଳି ସୀମାନ୍ତ ଅଞ୍ଚଳରେ ବି ଶିଳ୍ପାନୁଷ୍ଠାନ ପ୍ରତିଷ୍ଠା ସମ୍ଭବ ହେବ। ଫଳରେ ସମ୍ପୃକ୍ତ ଅଞ୍ଚଳରେ ଆର୍ôଥକ ଅଭିବୃଦ୍ଧିରେ ସହାୟକ ହେବା ସହିତ ଯୁବବର୍ଗଙ୍କୁ ବ୍ୟାପକ ନିଯୁକ୍ତି ପ୍ରଦାନ କରିବ।

‘ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା’ କନ୍‌କ୍ଲେଭ୍‌-୨୦୨୫ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୦୦ରୁ ଅଧିକ କମ୍ପାନୀ ସିଇଓଙ୍କ ସହ ସ୍ୱତନ୍ତ୍ର ଭାବେ ଆଲୋଚନା କରିବା ଅବସରରେ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଯେଉଁସବୁ କ୍ଷେତ୍ରରେ ପୁଞ୍ଜିନିବେଶର ଆବଶ୍ୟକତା ରହିଛି ସେଗୁଡ଼ିକ ହେଉଛି, ଇସ୍ପାତ, ଗ୍ରୀନ୍ ଏନର୍ଜି, ଗ୍ରୀନ ଅମୋନିଆ, ଗ୍ରୀନ୍ ହାଇଡ୍ରୋଜେନ, ଅକ୍ଷୟ ଶକ୍ତି, କେମିକାଲ୍ସ, ସେମିକଣ୍ଡକ୍ଟର, ଆଇଟି, ସିମେଣ୍ଟ ଅନ୍ୟତମ। କାରଣ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ବର୍ତ୍ତମାନ ପ୍ରକୃଷ୍ଟ କ୍ଷେତ୍ର। ଆଜିର ସମୟରେ ଓଡ଼ିଶାର ଜିଡିପି ଦେଶରେ ସର୍ବୋଚ୍ଚ ସ୍ତରରେ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମକୁ ନେଇ ବହୁ ଉତ୍ସାହିତ ଅଛନ୍ତି। ଓଡ଼ିଶା ଉପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ରହିଛି। ପ୍ରଧାନମନ୍ତ୍ରୀଙ୍କର ଓଡ଼ିଶା ପ୍ରତି ସମର୍ଥନ ରହିଛି। ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦୃଷ୍ଟିରେ ଓଡ଼ିଶା ହେଉଛି ସମ୍ଭାବନାର ରାଜ୍ୟ। ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ପର୍ଯ୍ୟାପ୍ତ ସୁଯୋଗ ରହିଛି।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଆମ ସରକାର ମାତ୍ର ସାତ ମାସର ସରକାର। କିନ୍ତୁ ଏହି ସାତ ମାସ ମଧ୍ୟରେ ଆମେ ଓଡ଼ିଶାରେ ଜାତୀୟ ସ୍ତରର ବହୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ସଫଳତାର ସହ ଆୟୋଜନ କରିଛୁ। ଆଜିର ଏହି ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ ଉଦ୍ୟୋଗୀମାନଙ୍କୁ ଓଡ଼ିଶାରେ ଅଧିକରୁ ଅଧିକ ପୁଞ୍ଜିନିବେଶ ପାଇଁ ଉତ୍ସାହିତ କରିଛି। ଓଡ଼ିଶା ପ୍ରାକୃତିକ ସମ୍ବଳ ଓ ଖଣିଜ ସମ୍ପଦରେ ଭରପୂର। ଏସବୁର ସଠିକ ଉପଯୋଗରେ ଓଡ଼ିଶା ବିକଶିତ ଭାରତର ଗ୍ରୋଥ ଇଞ୍ଜିନ ହେବ ବୋଲି ମୋଦିଜୀ କହିଛନ୍ତି। ତେଣୁ ନିବେଶକଙ୍କ ସହଯୋଗରେ ମୋଦିଜୀଙ୍କ ଏହି ଲକ୍ଷ୍ୟ ପୂରଣ ହେବ।

କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସ୍ୱାଗତ ଅଭିଭାଷଣ ରଖି ଅଂଶଗ୍ରହଣକାରୀ ସମସ୍ତ କମ୍ପାନୀଗଡ଼ିକୁ ଓଡ଼ିଶାକୁ ସ୍ୱାଗତ କରି ଉଦ୍ୟୋଗ ସ୍ଥାପନ ନିମନ୍ତେ ସମସ୍ତ ସୁବିଧା ସୁଯୋଗ ସରକାରଙ୍କ ତରଫରୁ ଯୋଗାଇ ଦିଆଯିବ ବୋଲି ପ୍ରକାଶ କରିଥିଲେ। ସିଆଇଆଇର ମହାନିର୍ଦ୍ଦେଶକ ଚନ୍ଦ୍ରଜିତ ବାନାର୍ଜୀ ଅଧିବେଶନକୁ ସଂଚାଳନ କରିଥିବାବେଳେ, ପିଡବ୍ଲ୍ୟୁସିର ଅଧ୍ୟକ୍ଷ ସଂଜୀବ କ୍ରିଷନ, କାର୍ଯ୍ୟକ୍ରମରେ ଉପସ୍ଥିତ ରହି ନିଜର ସୁଚିନ୍ତିତ ମତବ୍ୟକ୍ତ କରିଥିଲେ। ଶେଷରେ ଶିଳ୍ପ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ କୁମାର ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଉପସ୍ଥିତ ଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking