32.1 C
Bhubaneswar
Friday, October 18, 2024
Homeଓଡିଶାମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆଇକନିକ୍‌ ଓଡିଶା ଆଦର୍ଶ ବିଦ୍ୟାଳୟ ଉଦ୍‌ଘାଟିତ

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆଇକନିକ୍‌ ଓଡିଶା ଆଦର୍ଶ ବିଦ୍ୟାଳୟ ଉଦ୍‌ଘାଟିତ

ପଚିଶ ଏକର ପରିମିତ କ୍ୟାମ୍ପସ ରେ ପଢ଼ିବେ ୧୦୦୦ ରୁ ଅଧିକ ଉଚ ମାଧ୍ୟମିକ ଛାତ୍ର ଛାତ୍ରୀ

ଖର୍ଚ୍ଚ ହୋଇଛି ୧୦୦ କୋଟିରୁ ଉର୍ଦ୍ଧ୍ୱ ଟଙ୍କା

ବର୍ତ୍ତମାନ ସୁଦ୍ଧା ୩୧୫ଟି ଆଦର୍ଶ ବିଦ୍ୟାଳୟ ସ୍ଥାପିତ

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ଅନ୍ଧାରୁଆଠାରେ ଆଇକନିକ୍‌ ଓଡିଶା ଆଦର୍ଶ ବିଦ୍ୟାଳୟର ନୂତନ କ୍ୟାମ୍ପସର ଶୁଭ ଉଦ୍‌ଘାଟନ କରିଛନ୍ତି।

ଏହା ମାଧ୍ୟମରେ ଛାତ୍ରଛାତ୍ରୀମାନେ ବିଶ୍ୱସ୍ତରୀୟ ପ୍ରତିଯୋଗିତା ପାଇଁ ନିଜକୁ ପ୍ରସ୍ତୁତ କରି ଏକ ଉଜ୍ଜ୍ୱଳ ଭବିଷ୍ୟତ ଗଠନ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।

ସୂଚନାଯୋଗ୍ୟ ଯେ ୨୦୨୧ ସେପ୍ଟମ୍ବର ୫ ତାରିଖ ଗୁରୁଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଏହାର ଭିତ୍ତି ସ୍ଥାପନ କରିଥିଲେ।

ଉଦ୍‌ଘାଟିତ ହୋଇଥିବା ୨୫ ଏକର ପରିମିତ ନୂତନ କ୍ୟାମ୍ପସରେ ସିବିଏସସି ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ଉତ୍କର୍ଷ ହାସଲ କରିଥିବା ୧୦୦୦ ମେଧାବୀ ଛାତ୍ରଛାତ୍ରୀଙ୍କ ପଢିବା ପାଇଁ ଆକାଡେମିକ୍‌ ବ୍ଲକ, ପ୍ରତ୍ୟେକ ୫୪୪ କ୍ଷମତା ବିଶିଷ୍ଟ ୨ଟି ଛାତ୍ରାବାସ ଓ ଛାତ୍ରୀନିବାସ, ସେଣ୍ଟ୍ରାଲ କିଚେନ ଓ ଡାଇନିଙ୍ଗ ବ୍ୟବସ୍ଥା, ଷ୍ଟାଫ କ୍ୱାର୍ଟର୍ସ, ଡର୍ମିଟୋରୀ ଏବଂ ପାର୍କିଂ ଓ ବଗିଚା ଇତ୍ୟାଦିର ବ୍ୟବସ୍ଥା କରାଯାଇଛି। ଏହାର ନିର୍ମାଣ ପାଇଁ ୧୦୦ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ ହୋଇଛି।

ଆଇକନିକ୍‌ ଓଡିଶା ଆଦର୍ଶ ବିଦ୍ୟାଳୟର ଆବାସିକ ଛାତ୍ରଛାତ୍ରୀଙ୍କ ପାଇଁ ମାଗଣା ରହିବା ସହିତ ଅତ୍ୟାଧୁନିକ କ୍ଲାସ ରୁମ, ICT Labs, E-Library, ଅତ୍ୟାଧୁନିକ Science Lab, ଦକ୍ଷତା ବିକାଶର ବ୍ୟବସ୍ଥା କରାଯାଇଛି।

ଗ୍ରାମାଞ୍ଚଳର ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ସିବିଏସସି ଢାଞ୍ଚାରେ ଗୁଣାତ୍ମକ ମାନର ଶିକ୍ଷା ପ୍ରଦାନ ପାଇଁ ରାଜ୍ୟର ପ୍ରତ୍ୟେକ ବ୍ଲକରେ ଗୋଟିଏ ଲେଖାଏଁ ଆଦର୍ଶ ବିଦ୍ୟାଳୟ ଖୋଲାଯିବା ମୁଖ୍ୟମନ୍ତ୍ରୀଙ୍କର ଏକ ମହତ୍ୱକାଂକ୍ଷୀ କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମରେ ବର୍ତ୍ତମାନ ସୁଦ୍ଧା ୩୧୫ଟି ଆଦର୍ଶ ବିଦ୍ୟାଳୟ ସ୍ଥାପନ ହୋଇଛି ।

ଗ୍ରାମାଞ୍ଚଳର ମେଧାବୀ ଛାତ୍ରଛାତ୍ରୀମାନଙ୍କ ସର୍ବାଙ୍ଗୀନ ବିକାଶକୁ ଦୃଷ୍ଟିରେ ରଖି ଏହି ଆଇକନିକ୍‌ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପାଇଁ ମେଡିକାଲ, ଇଂଜିନିଅରିଂ, ଆଇନ ପାଠ୍ୟକ୍ରମ ଏବଂ ସେନା ବାହିନୀରେ ଯୋଗଦେବା ପାଇଁ ଉଦ୍ଦିଷ୍ଟ ବିଭିନ୍ନ ଜାତୀୟ ସ୍ତରର ପ୍ରତିଯୋଗିତାର କୋଚିଂ ବ୍ୟବସ୍ଥା କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking