27.1 C
Bhubaneswar
Friday, July 11, 2025
Homeଓଡିଶାତିର୍ତ୍ତୋଲ ଅଞ୍ଚଳରେ ୨ଟି ସେତୁ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଶିଳାନ୍ୟାସ

ତିର୍ତ୍ତୋଲ ଅଞ୍ଚଳରେ ୨ଟି ସେତୁ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଶିଳାନ୍ୟାସ

ଜଗତସିଂହପୁର:(ପ୍ରତାପ କୁମାର ସିଂହ) ତିର୍ତ୍ତୋଲ ଅଞ୍ଚଳରେ ମହାନଦୀ ଉପରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୧୧୮.୫୬ କୋଟି ଟଙ୍କା ବ୍ୟୟରେ ହାଇଲେବେଲ ତିର୍ତ୍ତୋଲ-ପୋଷଲ ସେତୁ ଏବଂ ପୂର୍ତ୍ତ ବିଭାଗ ପକ୍ଷରୁ ମହାନଦୀ ଉପରେ ୮୨ କୋଟି ୫୫ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଯାଉଥିବା ଜଇପୁର-କଟିକଟା ହାଇଲେବେଲ ସେତୁର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟ ସରକାର ଭିତ୍ତିଭୂମିର ବିକାଶ ଉପରେ ସବୁବେଳେ ଜୋର ଦେଇ ଆସୁଛନ୍ତି ଏବଂ ଗତ ୨୦ ବର୍ଷ ଭିତରେ ଓଡ଼ିଶା ଭିତ୍ତିଭୂମି କ୍ଷେତ୍ରରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବାରେ ସଫଳ ହୋଇଛି। କରୋନା ଲଢେଇ ସହ ବିକାଶ କାମ ଜାରି ରହିବ । ଜୀବନ ସହ ଜୀବିକାକୁ ଗୁରୁତ୍ୱ ଦେଇ ଆଗକୁ ବଢିବାକୁ ହେବ ଏବଂ ଉଭୟ କରୋନା ଲଢେଇ ଓ ବିକାଶ କାମରେ ଜନସାଧାରଣଙ୍କ ସହଯୋଗ କାମନା କରିଥିଲେ ମୁଖମନ୍ତ୍ରୀ ।

ଏହି ଦୁଇଟି ସେତୁ ଦ୍ୱାରା ତିର୍ତ୍ତୋଲ ସହିତ କଟକ ଓ କେନ୍ଦ୍ରାପଡା ଜିଲ୍ଲାର ୨୮ଟି ଗ୍ରାମ ପଞ୍ଚାୟତର ପ୍ରାୟ ଦେଢ ଲକ୍ଷ ଲୋକ ଉପକାର ପାଇବେ।
ଢେଙ୍କାନାଳରୁ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଇସ୍ପାତ, ଖଣି ଓ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ଦୃଢ ସଂକଳ୍ପ ନେଇ ଓଡ଼ିଶାର ବିକାଶ ପାଇଁ କାମ କରିଆସୁଛନ୍ତି। ଆଜି ଏହି ଦୁଇଟି ସେତୁ ଠିକ୍‌ ସମୟରେ ସଂପୂର୍ଣ୍ଣ ହେବ ଏବଂ ବିକାଶ ପ୍ରକ୍ରିୟାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ।
ଏହି ଅବସରରେ ଜଗତସିଂହପୁର ସାଂସଦ ରାଜଶ୍ରୀ ମଲ୍ଲିକ, ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି, ପାରାଦୀପ ବିଧାୟକ ସମ୍ବିତ ରାଉତ ପ୍ରମୁଖ ସେମାନଙ୍କ ବକ୍ତବ୍ୟ ରଖିଥିଲେ। ଏହାସହ ଉନ୍ନୟନ କମିଶନର, ସ୍ୱତନ୍ତ୍ର ରିଲିଫ କମିଶନର, ଅର୍ଥ ବିଭାଗ ପ୍ରମୁଖ ସଚିବ, ପୂର୍ତ୍ତ ବିଭାଗ ସଚିବ ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ ପ୍ରମୁଖ ଯୋଗ ଦେଇଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking