40.1 C
Bhubaneswar
Wednesday, April 24, 2024
Homeଓଡିଶାମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବିଜେଡ଼ି କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବିଜେଡ଼ି କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

ସାଢ଼େ ୪ କୋଟି ଓଡ଼ିଆଙ୍କ ସେବାରେ ହେବ ସମର୍ପିତ: ପ୍ରଣବ
ଭୁବନେଶ୍ୱର : ଜୟ ଜଗନ୍ନାଥ । ପବିତ୍ର ରଥଯାତ୍ରା ଅବସରରେ ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ
ଅଭିନନ୍ଦନ । ୨୪ ବର୍ଷ ହେଲା ବିଜୁ ଜନତା ଦଳ ଓଡ଼ିଶାବାସୀଙ୍କ ଆଶା ଓ ବିଶ୍ୱାସର ପ୍ରତୀକ ହୋଇଛି । ମହିଳା, ଯୁବ,
ଛାତ୍ର, ଚାଷୀ, ଶ୍ରମିକ, ଗରିବ, ଅନୁସୂଚିତ ଜାତି ଓ ଜନଜାତି, ସଂଖ୍ୟାଲଘୁ ସମ୍ପ୍ରଦାୟ ଏବଂ ଅନ୍ୟାନ୍ୟ ପଛୁଆ ବର୍ଗ
ସମସ୍ତଙ୍କ ବିପୁଳ ସମର୍ଥନ ପାଇ ଆଜି ଦଳରେ କୋଟିଏରୁ ଅଧିକ ସଦସ୍ୟ ସାମିଲ୍ ହୋଇଛନ୍ତି ।
ଆଜି ପବିତ୍ର ରଥଯାତ୍ରାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ନୂତନ
କାର୍ଯ୍ୟାଳୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି କାର୍ଯ୍ୟାଳୟରେ ଓଡ଼ିଶାବାସୀଙ୍କ ସେବା ପାଇଁ ବିଭିନ୍ନ ଶାଖା
କାର୍ଯ୍ୟକ୍ଷମ ହେବା ସହିତ ରକ୍ତଦାନ ଏବଂ ଅନ୍ୟାନ୍ୟ ସାମାଜିକ କଲ୍ୟାଣ କାର୍ଯ୍ୟକ୍ରମ ଚାଲୁ ରହିବ । ଏହା କେବଳ
ଦଳୀୟ କାର୍ଯ୍ୟାଳୟ ହେବ ନାହିଁ, ବରଂ ଏହା ଓଡ଼ିଶାର ଲୋକଙ୍କ ପାଇଁ ସେବା ଓ ସମର୍ପଣର ପ୍ରତୀକ ହେବ । ଓଡ଼ିଶା
ସ୍ୱାଭିମାନର ଜାଗ୍ରତ ପ୍ରହରୀ ଭାବେ ମଧ୍ୟ ଏହା କାର୍ଯ୍ୟ କରିବ ।
ଏହି ଶୁଭ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତିଙ୍କ ପଦକ୍ଷେପକୁ ପ୍ରତ୍ୟେକ ବିଜେଡ଼ି
ସଦସ୍ୟ ଏବଂ ପ୍ରେମୀଙ୍କ ତରଫରୁ ମୁଁ କୃତଜ୍ଞତା ଓ ଅଭିନନ୍ଦନ ଜଣାଉଛି । ଦଳର ଯୁବ ଓ ଛାତ୍ର ଶ୍ରମ ଦାନ କରି ନିଜ
ଘରର କାମ ଭାବି ଏହି କାର୍ଯ୍ୟକ୍ରମରେ ସାମିଲ୍ ହେବେ । ଏହା ମାଧ୍ୟମରେ ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କ ସେବା
କରିବାକୁ ବିଜୁ ଜନତା ଦଳର ସମସ୍ତ କାର୍ଯ୍ୟକର୍ତ୍ତା ନିଜକୁ ସମର୍ପିତ କରିବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking