30.1 C
Bhubaneswar
Friday, March 20, 2026
Homeଓଡିଶାଦୀପାବଳିରେ ଏକ ନମ୍ବର ହାଟ ଫୁଟପାଥରୁ ଦୀପ, ସଳିତା, ତେଲ ଓ ଅନ୍ୟାନ୍ୟ ପୂଜା...

ଦୀପାବଳିରେ ଏକ ନମ୍ବର ହାଟ ଫୁଟପାଥରୁ ଦୀପ, ସଳିତା, ତେଲ ଓ ଅନ୍ୟାନ୍ୟ ପୂଜା ସାମଗ୍ରୀ କିଣିଲେ ମୁଖ୍ୟମନ୍ତ୍ରୀ

ଜଣେ ସାଧାରଣ ଲୋକ ଭଳି ଦୋକାନୀ ମାନଙ୍କ ଠାରୁ ଜିନିଷ କିଣିଲେ ‘ଲୋକଙ୍କ ମୁଖ୍ୟମନ୍ତ୍ରୀ’
ବୁଝିଲେ ଏ ସବୁ ସାମଗ୍ରୀ ଓଡ଼ିଶାରେ ନିର୍ମିତ ହୋଇଛି କି ନାହିଁ, ସ୍ଥାନୀୟ ଉତ୍ପାଦ କିଣିବାକୁ ପରାମର୍ଶ ଦେଲେ (Vocal for Local)
ଓଡ଼ିଶାରେ ତିଆରି ହୋଇଥିବା, ଓଡ଼ିଆ ବ୍ୟବସାୟୀ ମାନେ ବିକୁଥିବା ସାମଗ୍ରୀ କିଣିବା ଉଚିତ୍, ଓଡ଼ିଆ ଅସ୍ମିତାକୁ ସୁଦୃଢ଼ କରିବା ଦିଗରେ ଏହା ସହାୟକ ହେବ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ବରର ଏକ ନମ୍ବର ହାଟ ପାଖରେ ଥିବା ରାଜ ରାସ୍ତାର ଫୁଟ ପାଥରେ ଅନେକ ଦୋକାନୀ ସେମାନଙ୍କ ଜିନିଷ ବିକନ୍ତି। ପୂଜା ପାର୍ବଣରେ ବହୁ ପରିମାଣରେ ପୂଜା ସାମଗ୍ରୀ ମଧ୍ୟ ବିକ୍ରି ହୁଏ। କିନ୍ତୁ, ଆଜି ସେହି ଦୋକାନୀ ମାନଙ୍କ ପାଇଁ ଥିଲା ଏକ ଅଭୂତପୂର୍ବ ଆନନ୍ଦର ଦିନ। ଆଜି ଥିଲା ଦିପାବଳି । ଲୋକଙ୍କ ଗହଣରେ ଜିନିଷ ବିକୁଥିବା ବେଳେ ହଠାତ୍ ଆସି ପହଞ୍ଚି ଗଲେ ମୁଖ୍ୟମନ୍ତ୍ରୀ ନିଜେ। ଦୀପାବଳି ସାମଗ୍ରୀ ବିକ୍ରି କରୁଥିବା ମାଉସୀ ତ୍ରିବେଣୀ ସାହୁ ହୋଇ ଯାଇଥିଲେ ଆଶ୍ଚର୍ଯ୍ୟ ଚକିତ। ମୁଖ୍ୟମନ୍ତ୍ରୀ ସପତ୍ନିକ ଯାଇଥିଲେ। ଦିପ, ସଲିତା, ତେଲ, ନଡ଼ିଆ, ମାଟିର ଦୀପ ଦାନି ଆଦି ଅନେକ ଜିନିଷ ଦେଖିଲେ। ପଚାରିଲେ ଦୀପ ସବୁ ଆମ ଓଡ଼ିଶାରେ ତିଆରି ହୋଇଛି ନା ନାହିଁ। ସେମାନେ କହିଲେ, ହଁ, ସବୁ ଆମ ଓଡ଼ିଶାର କାରିଗର ତିଆରି କରିଛନ୍ତି। ତା ପରେ, ମୁଖ୍ୟମନ୍ତ୍ରୀ ସବୁ ଜିନିଷ କିଣିଲେ। ଆଉ କିଛି ଦୋକାନୀ ରଘୁନାଥ ବାରିକ, ମନୋରଞ୍ଜନ ରାଉତଙ୍କ ଠାରୁ ମଧ୍ୟ ମୁଖ୍ୟମନ୍ତ୍ରୀ ପୂଜା ସାମଗ୍ରୀ କିଣିଥିଲେ।

ମୁଖ୍ୟମନ୍ତ୍ରୀ ଏହା ପରେ ସେଠାରେ ପହଞ୍ଚିଥିବା ଗଣ ମାଧ୍ୟମକୁ ବକ୍ତବ୍ୟ ଦେଇ କହିଲେ ଯେ ଆଗରୁ ବିଧାୟକ ଥିବା ବେଳେ ମୁଁ ଏହି ପାଖରେ ରହୁଥିଲି। ଏହି ବ୍ୟବସାୟୀ ମାଉସୀ ଓ ମଉସା ମାନଙ୍କ ଠାରୁ ଜିନିଷ କିଣୁ ଥିଲି। ଆଜି ମଧ୍ୟ କିଛି ପରିବର୍ତ୍ତନ ହୋଇ ନାହିଁ।ଆମର ଏହି ଓଡ଼ିଆ ମା ମାଉସୀ ମାନେ ଛୋଟ ଦୋକାନୀ। ସ୍ଥାନୀୟ ଉତ୍ପାଦ ବିକ୍ରି କରୁଛନ୍ତି। ତେଣୁ, ସେମାନଙ୍କ ଠାରୁ ଜିନିଷ କିଣିଲେ ସ୍ଥାନୀୟ କାରିଗର ଓ ବ୍ୟବସାୟୀ ମାନଙ୍କର ବ୍ୟବସାୟ ଚାଲିବ ଓ ସେମାନଙ୍କୁ ପ୍ରୋତ୍ସାହନ ମିଳିବ। ଏହା ଆମ ଓଡ଼ିଆ ଅସ୍ମିତାକୁ ଆଗକୁ ନେବ। ଓଡ଼ିଆ ଭାବରେ ଏହା ଆମ ସମସ୍ତଙ୍କ ଦାୟିତ୍ଵ ବୋଲି ସେ କହିଥିଲେ। ସମସ୍ତଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ସେଠାରୁ କେନ୍ଦୁଝର ଗସ୍ତରେ ବାହାରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking