25.1 C
Bhubaneswar
Thursday, May 9, 2024
Homeଓଡିଶାଆମକୁ ଆହୁରି ଅନେକ ପଥ ଅତିକ୍ରମ କରିବାକୁ ଅଛି : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆମକୁ ଆହୁରି ଅନେକ ପଥ ଅତିକ୍ରମ କରିବାକୁ ଅଛି : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର :’ପ୍ରବାଦ ପୁରୁଷ ବିଜୁବାବୁଙ୍କ ଜୟନ୍ତୀ ଅବସରରେ ମୁଁ ତାଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳୀ ଅର୍ପଣ କରୁଛି । 
ଓଡିଶାର ଅତୀତ ଗୌରବକୁ ଫେରାଇ ଆଣିବା ଏବଂ ଓଡିଶାକୁ ବିକାଶର ଶିଖରରେ ପହଞ୍ଚାଇବା ଥିଲା ବିଜୁବାବୁଙ୍କ ଜୀବନର ଲକ୍ଷ୍ୟ । ସେବା ଓ ସ୍ଵାଭିମାନ ଥିଲା ତାଙ୍କ ଆଦର୍ଶ । ଏହି ଆଦର୍ଶରେ ଆମ ଦଳର ଲକ୍ଷ ଲକ୍ଷ କର୍ମୀ , ଭାଇ ଭଉଣୀ କାମ କରି ଚାଲିଛନ୍ତି । ବିଜୁବାବୁଙ୍କ ଜୟନ୍ତୀ ଅବସରରେ ଆପଣମାନଙ୍କୁ ସମସ୍ତଙ୍କୁ ମୋର ଶୁଭେଚ୍ଛା ଜଣାଉଛି’ ବୋଲି ନବୀନ କହିଛନ୍ତି ।
‘ଆଜି ଯେତେବେଳେ ଗାଁର କଚା ଘରେ ରହୁଥିବା ପରିବାରର ଘର ପକ୍କା ଘରରେ ପରିଣତ ହଉଛି, ତା ଘରକୁ ପାଇପ ପାଣି ଆସୁଛି, ବିଜୁଳି ଆଲୁଅ ରେ ତା ଘର ଉଜ୍ଜ୍ଵଳ ଦିସୁଛି, ସେତେବେଳେ ତା ମୁହଁ ରେ ହସ ଆସୁଛି। ଆଉ ତାହା ହଉଛି ଆମ ପାଇଁ ସବୁଠାରୁ ବଡ ପୁରସ୍କାର ।
ଆଜି ଯେତେବେଳେ ମା’ ଟିଏ ପଞ୍ଚାୟତ ଅଫିସରେ ବସି ଗାଁ ର ବିକାଶ କଥା ଚିନ୍ତା କରୁଛି, ମିଶନ ଶକ୍ତି ର ମା’ ଟିଏ ଆଜି ଯେତେବେଳେ ଋଣ ଆଣି ପରିଶ୍ରମ କରି ବେପାର ବୃଦ୍ଧି କରୁଛି ଓ ତାର ପରିବାର ପାଇଁ ସମୃଦ୍ଧି ଆଣୁଛି; ସେତେବେଳେ ବିକାଶର ଚିତ୍ର ଉଜ୍ଜ୍ଵଳ ଦିଶୁଛି। ସରକାରୀ ସ୍କୁଲ ରେ ପଢୁଥିବା ପିଲା ପାଇଁ ଯେତେବେଳେ ସୁଯୋଗ ସୃଷ୍ଟି ହଉଛି ସେତେବେଳେ ଯୁବ ସମାଜ ର ସ୍ଵପ୍ନ ଦିଗନ୍ତ ପ୍ରସାରୀ ହଉଛି । କ୍ରୀଡା କ୍ଷେତ୍ରରେ ନୂଆ ସୁଯୋଗ ଯୁବ ସମାଜ ପାଇଁ, ତା ପ୍ରତିଭା ର ବିକାଶ ପାଇଁ ରାସ୍ତା ଦେଖାଉଛି’ ।
‘ବିଜୁବାବୁଙ୍କ ନୀତି, ଆଦର୍ଶ ଓ ଚିନ୍ତାଧାରା ଆଜି ଆମର ପ୍ରତିଟି ପଦକ୍ଷେପରେ ପ୍ରତିଫଳିତ ହେଉଛି । ତଥାପି ଆମକୁ ଆହୁରି ଅନେକ ପଥ ଅତିକ୍ରମ କରିବାକୁ ଅଛି’ ।
‘ଆସନ୍ତୁ ବିଜୁବାବୁଙ୍କ ଜୟନ୍ତୀ ଅବସରରେ ଆମେ ସମସ୍ତେ ମିଳିମିଶି ତାଙ୍କ ଆଦର୍ଶରେ ଚାରି କୋଟି ଓଡିଶା ବାସୀଙ୍କ ସେବା ପାଇଁ ପୁଣିଥରେ ଶପଥ ନେବା । ଓଡ଼ିଶାର ସ୍ବାଭିମାନ ପାଇଁ ଲଢ଼େଇ ଜାରି ରଖିବା’ ବୋଲି ନବୀନ କହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking