ଭୁବନେଶ୍ୱର : ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶାବାସୀଙ୍କ ତରଫରୁ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ନବୀନ। ତାଙ୍କ ସଫଳତା ପାଇଁ ଓଡ଼ିଶାବାସୀ ଗର୍ବିତ ବୋଲି ନବୀନ ପଟ୍ଟନାୟକ କହିଛନ୍ତି।ସୂଚନା ଅନୁଯାୟୀ, ଆସନ୍ତାକାଲିଠାରୁ ମୁଖ୍ୟମନ୍ତ୍ରୀ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ୨୫ତାରିଖରେ ରାଷ୍ଟ୍ରପତିଙ୍କ ଶପଥ ପାଠ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଏହାପରେ ୨୬ରେ ଓଡ଼ିଶା ଫେରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦେଶର ୧୫ତମ ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ନିର୍ବାଚିତ ହେବା ପରେ ସାରା ଦେଶ ଆନନ୍ଦମୁଖର ହୋଇପଡ଼ିଛି। ଆସନ୍ତା ୨୫ ତାରିଖରେ ଦ୍ରୌପଦୀ ମୁର୍ମୁ ଶପଥ ନେବେ ।ଚଳିତ ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ ବିଜୟୀ କରିବାରେ ପ୍ରମୁଖ ଭୂମିକା ତୁଲାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।