31.1 C
Bhubaneswar
Friday, March 29, 2024
Homeଓଡିଶାପାଠ୍ୟକ୍ରମରେ ରହିବ ବିପର୍ଯ୍ୟୟ , ମହାମାରୀ ମୁକାବିଲା

ପାଠ୍ୟକ୍ରମରେ ରହିବ ବିପର୍ଯ୍ୟୟ , ମହାମାରୀ ମୁକାବିଲା

ଭୁବନେଶ୍ୱର : କରୋନା ସହ ବାତ୍ୟା ମୁକାବିଲା ନେଇ ଶେଷ ହୋଇଛି ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସରିଛି ବୈଠକ । ବୈଠକରେ ମୁଖ୍ୟମନ୍ତ୍ରୀ ନିଜର ଅଭିଭାଷଣରେ କହିଛନ୍ତି ଯେ, ‘ବିପର୍ଯ୍ୟୟ ପରିଚାଳନାରେ ଓଡିଶା ବିଶ୍ୱରେ ମଡେଲ ରାଜ୍ୟ ହୋଇଛି । ସ୍କୁଲ, କଲେଜ ପାଠରେ ସାମିଲ ହେବ ବିପର୍ଯ୍ୟୟ, ମହାମାରୀ ମୁକାବିଲା ବିଷୟ । ପ୍ରାକୃତିକ ବିପର୍ଯ୍ୟୟ ଓ ମହାମାରୀ ପାଇଁ ତାଲିମ ଦିଆଯିବ । ଛାତ୍ରଛାତ୍ରୀ, ସରକାରୀ ଅଧିକାରୀ ଓ ଲୋକପ୍ରତିନିଧିଙ୍କୁ ତାଲିମ ଦିଆଯିବ । ପଞ୍ଚମ ପାଳିର ମୁଖ୍ୟ ଫୋକସ ହୋଇ ରହିଛି ୫ଟି । ସ୍ୱାସ୍ଥ୍ୟ, ଶିକ୍ଷାର ବିକାଶ ଉପରେ ସବୁ ବେଳେ ସ୍ୱତନ୍ତ୍ର ଗୁରୁତ୍ୱ ଦିଆଯାଇଛି ।’ ଏହା ସହ ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ ୭୫୦୦ କୋଟିର ପୁଞ୍ଜି ବିନିଯୋଗ ହୋଇଛି । ଏସସିବି ମେଡିକାଲ କଲେଜ ବିଶ୍ୱସ୍ତରୀୟ ଅନୁଷ୍ଠାନ ହେବ । ବର୍ଷକ ମଧ୍ୟରେ ୭୮୬ ଡାକ୍ତର ଓ ୫୧୩୭ ପାରାମେଡିକ ନିଯୁକ୍ତ ହୋଇଛନ୍ତି । ଓଡିଶା ଏବେ ପୁଞ୍ଜି ବିନିଯୋଗରେ ଆକର୍ଷଣୀୟ କେନ୍ଦ୍ର ରହିଛି । କୋଭିଡ ସତ୍ତ୍ୱେ ବଡ ବଡ ପୁଞ୍ଜି ନିବେଶକୁ ଆକର୍ଷିତ କରାଯାଇଛି । କ୍ରୀଡାର ବିକାଶ ଦିଗରେ ନିରନ୍ତର ପ୍ରୟାସ ଚାଲୁ ରହିଛି । ରାଉରକେଲାରେ ଦେଶର ସର୍ବବୃହତ ହକି ଷ୍ଟାଡିଅମ ନିର୍ମାଣ ହେବ । ବିଭିନ୍ନ କ୍ରୀଡା ପ୍ରକଳ୍ପ ପାଇଁ ହଜାରେ କୋଟିରୁ ଅଧିକ ବିନିଯୋଗ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆମର ପିଲାମାନଙ୍କର ଭିତରେ ଥିବା ଦକ୍ଷତାର ପୂର୍ଣ୍ଣ ବିକାଶ ପାଇଁ ଶିକ୍ଷା ହେଉଛି ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ତେଣୁ ହାଇସ୍କୁଲ ମାନଙ୍କର ରୂପାନ୍ତର ଆମର ମୁଖ୍ୟ କାର୍ଯ୍ୟକ୍ରମ । ଏଥିପାଇଁ ଚଳିତ ବର୍ଷ ପ୍ରଥମ ପର୍ଯ୍ୟାୟରେ ଆମେ ୧୦୦୦ରୁ ଅଧିକ ସ୍କୁଲର ରୂପାନ୍ତର ପାଇଁ ପଦକ୍ଷେପ ନେଉଛୁ । ଆମର ଯୁବ ସମାଜକୁ ବିଶ୍ବର ନିଯୁକ୍ତି ବଜାରର ଚାହିଦା ମୁତାବକ ପ୍ରସ୍ତୁତ କରିବା ପାଇଁ ଆମର Skilled in Odisha କାର୍ଯ୍ୟକ୍ରମର ଅଂଶସ୍ବରୂପ ବିଶ୍ବ ଦକ୍ଷତା କେନ୍ଦ୍ର ଆରମ୍ଭ କରାଯାଇଛି । ଆମର ଯୁବସମାଜ ଯେପରି ବିଶ୍ବର ଶ୍ରେଷ୍ଠ ପ୍ରତିଯୋଗୀ ମାନଙ୍କ ସହ ଦକ୍ଷତାର ସହିତ ପ୍ରତିଦ୍ବନ୍ଦିତା କରିପାରିବେ, ସେଥିପାଇଁ ପ୍ରତି କ୍ଷେତ୍ରରେ ସେମାନଙ୍କୁ ଗୁଣାତ୍ମକ ଦକ୍ଷତା ତାଲିମ ଦିଆଯିବ। ଓଡିଶା ଆଜି ପୁଞ୍ଜି ବିନିଯୋଗର ଆକର୍ଷଣୀୟ କେନ୍ଦ୍ର ହୋଇ ରହିଛି । କୋଭିଡ ମହାମାରୀ ପରିସ୍ଥିତି ସତ୍ତ୍ବେ ଦେଶର କେତେକ ବଡ ବଡ ପୁଞ୍ଜିନିବେଶକୁ ଆକର୍ଷିତ କରିବାରେ ସଫଳ ହୋଇପାରିଛୁ । କ୍ରୀଡାର ବିକାଶ ଦିଗରେ ଆମର ନିରନ୍ତର ପ୍ରୟାସ ଜାରି ରହିଛି । ରାଉରକେଲାରେ ଦେଶର ବୃହତ୍ତମ ହକି ଷ୍ଟାଡିଅମ ସମେତ ବିଭିନ୍ନ କ୍ରୀଡା ପ୍ରକଳ୍ପ ନିମନ୍ତେ ୧୦୦୦ କୋଟିରୁ ଅଧିକ ଟଙ୍କା ବିନିଯୋଗ କରାଯାଇଛି।

କୃଷି ଓ କୃଷକର ଉନ୍ନତି ହେଉଛି ଆମ ରାଜ୍ୟର ବିକାଶର ଆଧାରଶୀଳା। ଗତ ଏକ ବର୍ଷ ମଧ୍ୟରେ କାଳିଆ ଯୋଜନାରେ ଆମ ରାଜ୍ୟର ଚାଷୀମାନଙ୍କ ବ୍ୟାଙ୍କ ଖାତାରେ ୬୧୧୮ କୋଟିରୁ ଅଧିକ ଟଙ୍କା ଜମା କରି ଆମେ ଆମର ପ୍ରତିଶ୍ରୁତି ରକ୍ଷା କରିପାରିଛୁ । ବିଭିନ୍ନ ଜଳସେଚନ ପ୍ରକଳ୍ପକୁ ଠିକ୍‌ ସମୟରେ ଶେଷ କରିବା ପାଇଁ କଡା ନିର୍ଦ୍ଦେଶ ଦିଆଯାଇଛି। ଚଳିତ ବର୍ଷ ଅପର ଇନ୍ଦ୍ରାବତୀ ଉଠା ଜଳସେଚନ ପ୍ରକଳ୍ପ ଓ ଲୋୟର ଇନ୍ଦ୍ରାବତୀ ପ୍ରକଳ୍ପ ଚାଷୀଙ୍କ ସେବାରେ ଉତ୍ସର୍ଗ କରାଯାଇଛି । ମହିଳା ସଶକ୍ତିକରଣକୁ ଦୃଷ୍ଟିରେ ରଖି ମିଶନ ଶକ୍ତି କାର୍ଯ୍ୟକ୍ରମକୁ ମଜବୁତ କରାଯାଇଛି । ଏକ ଉଦାହରଣୀୟ ପଦକ୍ଷେପ ଭାବରେ ମିଶନ ଶକ୍ତି ପାଇଁ ଏକ ସ୍ବତନ୍ତ୍ର ବିଭାଗ ସୃଷ୍ଟି କରାଯାଇଛି । ମିଶନ ଶକ୍ତି ମା’ ମାନଙ୍କର ଆର୍ଥିକ ସଶକ୍ତିକରଣ ପାଇଁ ଆଗାମୀ ୫ ବର୍ଷରେ ସେମାନଙ୍କୁ ୫୦୦୦ କୋଟି ଟଙ୍କାର ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ସଂପୃକ୍ତ କରିବା ପାଇଁ ଆମେ ନିଷ୍ପତ୍ତି ନେଇଛୁ । ଆମର ମହାନ ସାଂସ୍କୃତିକ ଐତିହ୍ୟର ସୁରକ୍ଷା ପାଇଁ ସାରା ରାଜ୍ୟରେ ପୁରୀ, କୋଣାର୍କ, ସମଲେଶ୍ବରୀ, ହରଶଂକର – ନୃସିଂହନାଥ ମନ୍ଦିରର ସଂରକ୍ଷଣ ପାଇଁ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଅଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking