27.1 C
Bhubaneswar
Tuesday, March 31, 2026
Homeଓଡିଶାପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହିତ ଫୋନରେ କଥାହେଲେ ମୁଖ୍ୟମନ୍ତ୍ରୀ

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହିତ ଫୋନରେ କଥାହେଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାକୁ ଆଳୁ ଯୋଗାଣ ସ୍ଵାଭାବିକ କରିବାକୁ ଅନୁରୋଧ

ପଦକ୍ଷେପ ନେବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଟେଲିଫୋନ ଯୋଗେ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଙ୍କ ସହିତ ଆଲେଚନା କରି ଆଳୁ ଯୋଗାଣ ସମସ୍ୟା ଦୂର କରିବାକୁ ଅନୁରୋଧ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଲେ ଯେ ଦିଲ୍ଲୀରେ ଆପଣଙ୍କ ସହ ଆଲୋଚନା ହେବା ପରେ ଓଡ଼ିଶାକୁ ଆଳୁ ଯୋଗାଣ ସ୍ଵାଭାବିକ ହୋଇଥିଲା । ମାତ୍ର କିଛିଦିନ ପରେ ପୁଣି ଆଳୁ ଯୋଗାଣରେ ସମସ୍ୟା ସୃଷ୍ଟି ହୋଇଛି। ତେଣୁ ଏଥି ପ୍ରତି ଧ୍ୟାନ ଦେଇ ସମସ୍ୟା ଦୂର କରିବାକୁ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଅନୁରୋଧ କରିଥିଲେ।

ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏ ଦିଗରେ ଉପଯୁକ୍ତ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking