13.1 C
Bhubaneswar
Saturday, January 17, 2026
Homeଓଡିଶାଗୃହ ଓ ନଗର ଉନ୍ନୟନ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଗୃହ ଓ ନଗର ଉନ୍ନୟନ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଗୃହ ଓ ନଗର ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ସମୀକ୍ଷା କରିଛନ୍ତି । ବୈଠକରେ ଭୁବନେଶ୍ୱର, କଟକ, ପୁରୀ ଓ ପାରାଦୀପକୁ ନେଇ ପ୍ରସ୍ତାବିତ ଅର୍ଥନୈତିକ ରିଜିଅନ୍ ଗ୍ରେଟର ଭୁବନେଶ୍ୱର ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା । ୨୦୩୬ ବିକଶିତ ଓଡିଶା ଗଠନ ପାଇଁ ଉଭୟ ସହରୀକରଣ ଓ ଅର୍ଥନୈତିକ ଦୃଷ୍ଟିକୋଣରୁ ଏହାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସମୁଦାୟ ୮୫୦୦ ବର୍ଗ କିଲୋମିଟର ଅଞ୍ଚଳକୁ ସମାବେଶୀ, ବାସପଯୋଗୀ ଏବଂ ଦୀର୍ଘସ୍ଥାୟୀ ଅର୍ଥନୈତିକ ରିଜିଅନ ଭାବେ ବିକଶିତ କରିବା ପାଇଁ ଯୋଜନା ରହିଛି । ଆଗାମୀ ୫୦ ବର୍ଷକୁ ଆଖି ଆଗରେ ରଖି ଆବଶ୍ୟକସ୍ଥଳେ ଆଉ ଅଧିକ ଅଞ୍ଚଳ ଏଥିରେ ଅନ୍ତର୍ଭୁକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏଥି ସହିତ ଏହି ପ୍ରକଳ୍ପ ନିର୍ମାଣ ପୂର୍ବରୁ ଅନ୍ୟ ରାଜ୍ୟ ମାନଙ୍କୁ ଯାଇ, ସେମାନଙ୍କ ଯୋଜନାକୁ ଅନୁଧ୍ୟାନ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ ।

ଭୁବନେଶ୍ୱରର କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ନିକଟବର୍ତ୍ତୀ ଅଞ୍ଚଳରେ ଆଉ ଏକ ନୂତନ ସହର ନିର୍ମାଣ ଏବଂ ମେଟ୍ରୋ ରେଳ ଚଳାଚଳ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା । ରାଜ୍ୟର ସହରାଞ୍ଚଳ ବିକାଶ ପାଇଁ ଏକ ଯୋଜନା ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ । ବୈଠକରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ କୃଷ୍ଣଚନ୍ଦ୍ର ମହାପାତ୍ର, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତି ଉଷା ପାଢୀ, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଭି.ଭି. ଯାଦବ ପ୍ରମୁଖ ଉପସ୍ଥିତ ଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking