26.7 C
Bhubaneswar
Friday, April 19, 2024
Homeବ୍ରେକୀଙ୍ଗପୂର୍ବତନ ମନ୍ତ୍ରୀ ଶେଖ ମତଲୁବଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ପୂର୍ବତନ ମନ୍ତ୍ରୀ ଶେଖ ମତଲୁବଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର : ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଶେଖ ମତଲୁବଙ୍କ ଆଜି ପରଲୋକ ହୋଇଛି । ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି ।

ଉଲ୍ଲେଖ ଯୋଗ୍ୟ ଯେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି । ତେବେ ମୃତ୍ୟୁବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା । ଗତ ୧୪ ତାରିଖରେ ସେ ଅସୁସ୍ଥତା ଅନୁଭବ କରିବାରୁ ମେଡିକାଲରେ ଭର୍ତ୍ତି ହୋଇଥିଲେ । ହେଲେ ଚିକିତ୍ସାଧୀନ ଅବସ୍ଥାରେ ହିଁ ସେ ପରଲୋକ ଗମନ କରିଛନ୍ତି । ମତଲୁବଙ୍କ ପରଲୋକ ନେଇ ପୁଅ ମାସୁଦ ଅଲ୍ଲୀ ସୂଚନା ପ୍ରଦାନ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking