29.1 C
Bhubaneswar
Friday, June 20, 2025
Homeଓଡିଶାବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି

ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି

5T ସଚିବ ଙ୍କ ଜିଲ୍ଲା ଗସ୍ତ ପରବର୍ତ୍ତୀ ଉଚ୍ଚସ୍ତରୀୟ ସମୀକ୍ଷା ଆରମ୍ଭ .

ହୀରାକୁଦ ବନ୍ଧ ବିସ୍ଥାପିତ ମାନଙ୍କୁ ସରକାର ଦେବେ ଜମିପଟ୍ଟା

ଗଞ୍ଜାମ ସୋରଡା ବ୍ଲକ୍‌ର ୧୭ଟି ଗାଁର ଜମି ସମସ୍ୟାର ସମାଧାନ, ମିଳିବ ପଟ୍ଟା

ସୋରଡାରେ ଅକ୍ଟୋବର ପହିଲାରୁ ପଟ୍ଟା ବଣ୍ଟନ, ବର୍ଷ ବର୍ଷର ସମସ୍ୟା ୫ ଦିନରେ ସମାଧାନ

ଝାରସୁଗୁଡାରେ ଡିସେମ୍ବର ପହିଲାରୁ ପଟ୍ଟା ବଣ୍ଟନ

ସେପ୍ଟେମ୍ବର ମଧ୍ଯ ଭାଗରେ ବିଭିନ୍ନ ଅଭିଯୋଗ ସମାଧାନର ଅଗ୍ରଗତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ .

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଐତିହାସକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ତାଙ୍କର ଜିଲ୍ଲାଗସ୍ତ ସମୟରେ ଜମିଜମା ସଂପର୍କିତ ଅନେକ ଅଭିଯୋଗ ଲୋକଙ୍କ ଠାରୁ ପାଇଥିଲେ। ହୀରାକୁଦ ବନ୍ଧ ବିସ୍ଥାପିତ ମାନଙ୍କର ଦୀର୍ଘ ବର୍ଷର ସମସ୍ୟା, ଅନ୍ୟ ସ୍ଥାନରେ ସରକାରୀ ଜମିରେ ବହୁ ଦିନ ଧରି ରହୁଥିବା ଲୋକଙ୍କର ଜମି ଅଧିକାର ସମସ୍ୟା, ରୟତ ସମସ୍ୟା – ଏହିପରି ଅନେକ ସମସ୍ୟା ସଂପର୍କରେ the ୫-ଟି ସଚିବଙ୍କୁ ଜଣାଇଥିଲେ । ଏ ବିଷୟରେ 5T ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଜି ଏ ସଂପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ କରାଯାଇ ନିଷ୍ପତ୍ତି ନିଆଯାଇଛି । ବୈଠକରେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନଙ୍କ ସହିତ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ରାଜସ୍ବ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଗଞ୍ଜାମ ଓ ଝାରସୁଗୁଡା ଜିଲ୍ଲାର ଜିଲ୍ଲାପାଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ବୈଠକରେ ଜମିଜମା ସମସ୍ୟାର ସ୍ଥାୟୀ ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଯୋଗାଇ ଦେବାକୁ ନିଷ୍ପତ୍ତି କରାଯାଇଛି ।

ଝାରସୁଗୁଡା ଜିଲ୍ଲାରେ ହୀରାକୁଦ ବନ୍ଧ ବିସ୍ଥାପିତ ମାନଙ୍କର ସମସ୍ୟା ୫୦ ବର୍ଷରୁ ଅଧିକ ସମୟର। ଲଖନପୁର ତହସିଲର ୧୮ଟି ଗାଁ ଓ ଝାରସୁଗୁଡା ତହସିଲର ଗୋଟିଏ ଗାଁ, ଏହିପରି ୧୯ଟି ଗାଁର ଜମି ସମସ୍ୟାର ସମାଧାନ ପାଇଁ ବୈଠକରେ ନିଷ୍ପତ୍ତି କରାଯାଇଛି । ୧୭୪୯ଟି ପରିବାରକୁ ପ୍ରାୟ ୩୨୩୧ ଏକର ଜମି ଉପରେ ଅଧିକାର ଦିଆଯିବ। ଡିସେମ୍ବର ମାସରୁ ଲିମେଇତିକ୍ରା, ସାହାସବାଗ,Chit ଲାଛିପଲ୍ଲୀ, ପାତ୍ରପଲ୍ଲୀ ଓ ଡୁଆଁମୁଣ୍ଡା – ଏହି ୫ଟି ଗାଁରେ ପଟ୍ଟା ବଣ୍ଟନ ଆରମ୍ଭ ହେବ ।

ଗଞ୍ଜାମ ଜିଲ୍ଲାକୁ ଗତ ଅଗଷ୍ଟ ୨୬ ତାରିଖରେ ୫-ଟି ସଚିବ ଗସ୍ତ କରିଥିଲେ। ସେଠାରେ ଲୋକଙ୍କ ସମସ୍ୟା ଶୁଣିବା ପରେ ମାତ୍ର ୫ ଦିନରେ ଜମି ସମସ୍ୟା ର ସମସ୍ୟା ସମାଧାନ ହୋଇଛି। ବୈଠକର ନିଷ୍ପତ୍ତି ଅନୁଯାୟୀ ଗଞ୍ଜାମ ଜିଲ୍ଲାର ସୋରଡା ବ୍ଲକ୍‌ର ୧୭ଟି ଗ୍ରାମର ୮୮୩ ଜଣ ଲୋକଙ୍କୁ ଘରଡିହ ପଟ୍ଟା ଦିଆଯିବ ଏବଂ ୨୦୨୩ ସେପ୍ଟେମ୍ବର ୨୨ ସୁଦ୍ଧା ସମସ୍ତ ପଟ୍ଟାବଣ୍ଟନ ପ୍ରକ୍ରିୟା ଶେଷ ହେବ । ସେହିପରି ୧୬୮ ଜଣ ଲୋକଙ୍କୁ ଚାଷଜମି ପାଇଁ ପଟ୍ଟା ଦିଆଯିବ ଏବଂ ଏହି ପ୍ରକ୍ରିୟା ଅକ୍ଟୋବର ପହିଲାରୁ ଆରମ୍ଭ ହେବ।
5T ସଚିବ ଶ୍ରୀ ଭି କେ ପାଣ୍ଡିଆନ୍ ଙ୍କ ଜିଲା ଗସ୍ତ ସମୟରେ ମିଳିଥିବା ଲୋକଙ୍କ ବିଭିନ୍ନ ଅଭିଯୋଗ ର ସମାଧାନ ନିମନ୍ତେ ସମୟ ବଦ୍ଧ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଭାଗ ତଥା ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି .
ଚଳିତ ସେପ୍ଟେମ୍ବର ମଧ୍ଯ ଭାଗରେ ମୁଖମନ୍ତ୍ରୀ ଏହାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବେ .

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking