30.1 C
Bhubaneswar
Sunday, February 8, 2026
Homeଓଡିଶାଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତା ୭ ତାରିଖ (ସୋମବାର) ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଗତମାସ ୩୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଅଭିଯୋଗ ଦାଖଲ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ, ଏହି ଶୁଣାଣି କେବଳ ସେମାନଙ୍କ ପାଇଁ ଉଦ୍ଦିଷ୍ଟ। ସେମାନେ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ।

ସୂଚନାଯୋଗ୍ୟ, ଜୁନ୍ ୩୦ ତାରିଖ ପାଇଁ ପୂର୍ବରୁ ପଞ୍ଜୀକରଣ କରିଥିବା ଆବେଦନକାରୀ ସେମାନଙ୍କ ପ୍ରାପ୍ତି ସ୍ୱୀକାର ପତ୍ର, ବ୍ୟକ୍ତିଗତ ପରିଚୟ ପତ୍ର ତଥା ଆବେଦନ ପତ୍ର ସହ ନିର୍ଦ୍ଧାରିତ ୟୁନିଟ୍-୨, ଅଶୋକନଗର, ଭୁବନେଶ୍ୱରସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ) ଠାରେ ଜନ ଶୁଣାଣି ପାଇଁ ଉପସ୍ଥିତ ରହିବେ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking