18.1 C
Bhubaneswar
Friday, February 13, 2026
Homeଓଡିଶାମୁଖ୍ୟମନ୍ତ୍ରୀଙ୍କ କ୍ୟାପିଟାଲ ହସ୍ପିଟାଲ ପରିଦର୍ଶନ

ମୁଖ୍ୟମନ୍ତ୍ରୀଙ୍କ କ୍ୟାପିଟାଲ ହସ୍ପିଟାଲ ପରିଦର୍ଶନ

ରାତିରେ ରୋଗୀ ମାନଙ୍କ ଯତ୍ନ କିପରି ନିଆ ଯାଉଛି ସେ ସମ୍ପର୍କରେ ପଚାରି ବୁଝିଲେ,

ରୋଗୀ ସେବାରେ ଅଧିକ ଉନ୍ନତି ଆଣିବା ତଥା ସେମାନଙ୍କ ପ୍ରତି ଅଧିକ ସମ୍ବେଦନଶୀଳ ହେବା ପାଇଁ ପରାମର୍ଶ ଦେଲେ

ଅସ୍ଥାୟୀ ସଫେଇ କର୍ମଚାରୀଙ୍କ ସହିତ ଆଲୋଚନା କଲେ

କ୍ୟାପିଟାଲ ହସ୍ପିଟାଲର ଆହୁରି ଆଧୁନିକୀକରଣ କରାଯିବ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ପରିଦର୍ଶନ କରି ରାତିରେ ରୋଗୀ ମାନଙ୍କର କିପରି ଯତ୍ନ ନିଆ ଯାଉଛି ସେ ସମ୍ପର୍କରେ ପଚାରି ବୁଝିଛନ୍ତି।

ରୋଗୀ ମାନଙ୍କୁ ସହିତ ଆଲୋଚନା କରି ସେମାନଙ୍କ ରହିବା, ଖାଇବା ଓ attendant ମାନଙ୍କ ପାଇଁ ଥିବା ସୁବିଧା ସଂପର୍କରେ ମୁଖ୍ୟମନ୍ତ୍ରୀ ପଚାରି ବୁଝିଥିଲେ। ଏହା ସହିତ ହସ୍ପିଟାଲର ପରିମଳ ବ୍ୟବସ୍ଥା ସଂପର୍କରେ ମଧ୍ୟ ବୁଝିଥିଲେ।

କ୍ୟାପିଟାଲ ହସ୍ପିଟାଲର ଆହୁରି ଆଧୁନିକୀକରଣ କରାଯାଇ ରୋଗୀ ମାନଙ୍କ ପାଇଁ ଅଧିକ ସୁବିଧାର ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ହସ୍ପିଟାଲରେ ରୋଗୀ ସେବାରେ ଆହୁରି ଅଧିକ ଉନ୍ନତି ଆଣିବା ତଥା ଡାକ୍ତର ଓ ଅନ୍ୟ କର୍ମଚାରୀ ମାନେ ରୋଗୀ ମାନଙ୍କ ପ୍ରତି ଅଧିକ ସମ୍ବେଦନଶୀଳ ହେବା ପାଇଁ ସେ ପରାମର୍ଶ ଦେଇଥିଲେ। ନିର୍ଦ୍ଦେଶକ ଶ୍ରୀ ଦିଲ୍ଲୀପ କୁମାର ପଣ୍ଡା ଉପସ୍ଥିତ ଥିଲେ।

ଏହି ଅବସରରେ ହସ୍ପିଟାଲର ଅସ୍ଥାୟୀ କର୍ମଚାରୀ ମାନଙ୍କ ସହିତ ମଧ୍ୟ ଆଲୋଚନା କରି ସେମାନଙ୍କ ପ୍ରାପ୍ୟ ମଜୁରୀ ସମ୍ପର୍କରେ ବୁଝିଥିଲେ। ନୂଆ ବର୍ଦ୍ଧିତ ମଜୁରୀ ମିଳିବା ପରେ ସେମାନଙ୍କ ପ୍ରାପ୍ୟ ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ରୋଗୀ ସେବା ପରି ଏକ ମହାନ୍ କାର୍ଯ୍ୟରେ ନିଷ୍ଠାର ସହିତ ଦାୟିତ୍ଵ ତୁଲାଉ ଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କର ଉଚ୍ଚ ପ୍ରଶଂସା କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking