32.1 C
Bhubaneswar
Thursday, May 2, 2024
Homeଓଡିଶାପ୍ରଥମ ଓଡ଼ିଶୀ ନୃତ୍ୟଶିଳ୍ପୀ ଲକ୍ଷ୍ମୀପ୍ରିୟାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ପ୍ରଥମ ଓଡ଼ିଶୀ ନୃତ୍ୟଶିଳ୍ପୀ ଲକ୍ଷ୍ମୀପ୍ରିୟାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର : ପ୍ରଥମ ଓଡ଼ିଶୀ ନୃତ୍ୟଶିଳ୍ପୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକବ୍ୟକ୍ତ କରିଛନ୍ତି । ଲକ୍ଷ୍ମୀପ୍ରିୟା ହେଉଛନ୍ତି ସ୍ୱର୍ଗତ ଗୁରୁ କେଳୁଚରଣ ମହାପାତ୍ରଙ୍କ ଧର୍ମପତ୍ନୀ । ଲକ୍ଷ୍ମୀପ୍ରିୟାଙ୍କ ପରି ଉଚ୍ଚକୋଟୀର ନୃତ୍ୟାଙ୍ଗନାଙ୍କ ଶବ ସଂସ୍କାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରିବା ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ସୂଚନାଯୋଗ୍ୟ, ଲକ୍ଷ୍ମୀପ୍ରିୟାଙ୍କ ଜନ୍ମ ଖୋର୍ଦ୍ଧା ଜିଲ୍ଲାରେ ହୋଇଥିବା ବେଳେ ତାଙ୍କର ବାଲ୍ୟ ସମୟ ପୁରୀରେ କଟିଥିଲା । ପୁରୀର ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚରେ ଅଭିନୟ କରି ସେ ଗୁରୁ ବାଉରୀବନ୍ଧୁ ମହାନ୍ତିଙ୍କ ଦ୍ୱାରା ଅନୁପ୍ରାଣୀତ ହୋଇଥିଲେ । ତାଙ୍କର ମୃତ୍ୟୁ ଓଡ଼ିଶାର ନୃତ୍ୟ ଓ କଳାକାର ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking