27.1 C
Bhubaneswar
Thursday, March 26, 2026
Homeଦେଶ ବିଦେଶକୋଇଲା ଖଣିରେ ବିସ୍ଫୋରଣ ; ୭ ମୃତ

କୋଇଲା ଖଣିରେ ବିସ୍ଫୋରଣ ; ୭ ମୃତ

କୋଲକାତା : କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ । ଫଳରେ ୭ ଜଣଙ୍କର ମୃତ୍ୟୁ ଘଟିଛି । ପଶ୍ଚିମବଙ୍ଗର ବୀରଭୂମ ଜିଲାର ଳୋକପୁର ଥାନା ଅଞ୍ଚଳରେ ଥିବା ଏକ କୋଇଲା ଖଣିରେ ବିସ୍ଫୋରଣ ଘଟି ୭ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୧୦ରୁ ଅଧିକ ଶ୍ରମିକ ଆହତ ହୋଇଥିବା ସୂଚନା ମିଳିଛି। ସେମାନଙ୍କୁ ଉଦ୍ଧାର କରି ନିକଟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ, ଗଙ୍ଗାରାମଚକ ମାଇନିଂ ପ୍ରାଇଭେଟ ଲିମିଟେହ କୋଲିୟରି(ଜିଏମପିଏଲ) ଖଣିରେ ସୋମବାର ଖନନ ଚାଲିଥିଲା। ଏହି ସମୟରେ ହଠାତ ବିସ୍ଫୋରଣ ଘଟିଥିଲା। କୋଇଲା ଖନନ ପାଇଁ ବ୍ୟବହୃତ ବିସ୍ଫୋରକରେ ଅଚାନକ ବିସ୍ଫୋରଣ ଘଟିବାରୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ଖବରପାଇ ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତ ଶ୍ରମିକଙ୍କୁ ଉଦ୍ଧାର କରି ଡାକ୍ତରଖାନା ପଠାଇବା ସହିତ ଉଦ୍ଧାରକାର୍ଯ୍ୟ ଜାରି ରଖିଛି। ଏହା ସହିତ ପ୍ରାଣ ହରାଇଥିବା କର୍ମଚାରୀମାନଙ୍କ ପରିଚୟ ଖୋଜିବାକୁ ପୁଲିସ ଉଦ୍ୟମ ଚଳାଇଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking