19.1 C
Bhubaneswar
Monday, November 18, 2024
Homeବ୍ରେକୀଙ୍ଗ୩ରୁ ୪ ଦିନ ପ୍ରବଳ ଶୀତ

୩ରୁ ୪ ଦିନ ପ୍ରବଳ ଶୀତ

ଭୁବନେଶ୍ୱର: ଆସନ୍ତା ୨ ଦିନ ପ୍ରବଳ ଶୀତ ସମ୍ଭାବନା ରହିଛି । ୭ ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଝାରସୁଗୁଡା, କେନ୍ଦୁଝର, ମୟୁରଭଂଜ, ଦେବଗଡ, ସୁନ୍ଦରଗଡ, ବଲାଙ୍ଗୀର ଓ କନ୍ଧମାଳ ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ଦୁଇ ଦିନ ପାଇଁ ଆଉ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି । ସେହିସବୁ ଜିଲ୍ଲାଗୁଡିକ ମଧ୍ୟରେ ସୋନପୁର, ବୌଦ୍ଧ, କଳାହାଣ୍ଡି, ନୂଆପଡା, ନୟାଗଡ, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ସମ୍ବଲପୁର, ଅନୁଗୁଳ ଓ ବରଗଡ ଜିଲ୍ଲା ରହିଛି । ଉତ୍ତରପଶ୍ଚିମ ତଥା ଉତ୍ତର ଦିଗରୁ ଆସୁଥିବା ଥଣ୍ଡା ଏବଂ ଶୁଷ୍କ ବାୟୁ ପ୍ରଭାବରେ ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ କିଛି ଜିଲ୍ଲାରେ ଶୀତ ଲହରୀ ଓ ତୀବ୍ର ଶୀତ ଲହରୀ ଅନୁଭୂତ ହେବାର ସମ୍ଭାବନା ରହିଛି । ଉତ୍ତର ଆଭ୍ୟନ୍ତରୀଣ ଓଡିଶାରେ ଗୋଟିଏରୁ ଦୁଇଟି ସ୍‌ଥାନରେ ଶୀତ ଲହରୀ ଅନୁଭୂତ ହୋଇଥିବା ବେଳେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାରେ ବଲାଙ୍ଗୀର ଠାରେ ଶୀତ ଲହରୀ ଅନୁଭୂତ ହୋଇଛି । ସେହିପରି ଝାରସୁଗୁଡା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ତୀବ୍ର ଶୀତ ଲହରୀ ଅନୁଭୂତ ହୋଇଛି । ସର୍ବୋଚ୍ଚ ତାପମାତ୍ରା ମାଲକାନଗିରି ଠାରେ ୩୩ ଡିଗ୍ରୀ ସେଲସିଅସ ରେକର୍ଡ ହୋଇଥିବା ବେଳେ ଫୁଲବାଣୀ ଠାରେ ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ରେକର୍ଡ ହୋଇଛି । ସେଥିପାଇଁ ରାତି ତଥା ପାହାନ୍ତିଆ ସମୟରେ ଯଥା ସମ୍ଭବ ଘରେ ରୁହନ୍ତୁ । ଶୀତରୁ ରକ୍ଷା ପାଇବା ପାଇଁ ଶୀତବସ୍ତ୍ର ସହ ଏକାଧିକ ପୋଷାକ ପରିଧାନ କରନ୍ତୁ । ଗୃହପାଳିତ ପଶୁ ଦୀର୍ଘ ସମୟ ଧରି ଶୀତ ସଂସ୍ପର୍ଶରେ ଆସିଲେ ପ୍ରଭାବିତ ହେବାର ସମ୍ଭାବନା ରହିଛି । ସେଥିପାଇଁ ସେମାନେ ରହିବା ପାଇଁ ଖୋଲାସ୍ଥାନ ପରିବର୍ତେ ଆବଶ୍ୟକୀୟ ଘରର ବ୍ୟବସ୍ଥା କରନ୍ତୁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking