26.1 C
Bhubaneswar
Wednesday, October 23, 2024
Homeଓଡିଶାଆଜିଠୁ ପ୍ରାଥମିକ ଶିକ୍ଷକଙ୍କ ସାମୁହିକ ଛୁଟି : ୩ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇବ...

ଆଜିଠୁ ପ୍ରାଥମିକ ଶିକ୍ଷକଙ୍କ ସାମୁହିକ ଛୁଟି : ୩ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇବ ସଂଘ

ବ୍ୟୁରୋ : ଆଜିଠାରୁ ୧ ଲକ୍ଷ ୩୦ହଜାର ପ୍ରାଥମିକ ଶିକ୍ଷକ ଯିବେ ସାମୁହିକ ଛୁଟିରେ। କାର୍ଯ୍ୟ ବନ୍ଦ କରିବା ସହ ୩୧୪ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଜାରି ରଖିବେ ବୋଲି ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ କହିଛି । କେନ୍ଦ୍ରୀୟ ହାରରେ ଦରମା, ଜୁନିଅର ଶିକ୍ଷକଙ୍କୁ ନିୟମିତ ମାନ୍ୟତା, ଗଣଶିକ୍ଷକଙ୍କୁ ଏକ୍ସ କ୍ୟାଡରର ହଟାଇବା ପରି ଦାବି ନେଇ ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବେ ଶିକ୍ଷକ ଓ ଶିକ୍ଷୟତ୍ରୀ । କାର୍ଯ୍ୟବନ୍ଦ ଆନ୍ଦୋଳନ ପାଇଁ ରାଜ୍ୟର ପ୍ରାୟ ୫୬ ହଜାର ସ୍କୁଲରେ ପାଠ ପଢା ଠପ୍ ହୋଇପାରେ।ପୂର୍ବରୁ ସଙ୍ଘ ପକ୍ଷରୁ ଦାବି ପୂରଣ ନେଇ ବାରମ୍ବାର ଆନ୍ଦୋଳନ ହୋଇଥିଲେ ସୁଦ୍ଧା ସରକାର ଦାବି ପୂରଣ ନେଇ କୌଣସି ପଦକ୍ଷେପ ନେଲେନାହିଁ। ସରକାର ବାରମ୍ବାର ବାରମ୍ବାର ପ୍ରତିଶ୍ରୁତି ଦେଇ ମଧ୍ୟ ପୂରଣ କଲେ ନାହିଁ। ଏଥିପାଇଁ ବିଭିନ୍ନ ପ୍ରାଥମିକ ଶିକ୍ଷକ ସଂଘଗୁଡ଼ିକ ମିଳିତ ଭାବେ ଅନିର୍ଦ୍ଦିଷ୍ଟକାଳ ପାଇଁ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଡାକରା ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking