27.1 C
Bhubaneswar
Monday, January 12, 2026
Homeଓଡିଶାରାସ୍ତାରେ ଜଳିଗଲା କଲେଜ ବସ

ରାସ୍ତାରେ ଜଳିଗଲା କଲେଜ ବସ

ଅନୁଗୁଳ : ଅନୁଗୁଳ ଜିଲ୍ଲା ରାଧାରମଣପଡ଼ା ଗାଁ ନିକଟରେ ଘଟିଛି ଅଗ୍ନିକାଣ୍ଡ। କଲେଜ ବସ୍ ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ଛାତ୍ର। ସୂଚନା ଅନୁଯାୟୀ, ଆଜି ଦିନ ପ୍ରାୟ ଗୋଟାଏ ୩୦ରେ ଅନୁଗୋଳ ସହର ଉପକଣ୍ଠରେ ଥିବା ଏକ ଘରୋଇ କଲେଜ ବସ ରାଧାରମଣପଡ଼ା ନିକଟରେ ଜଳିବାକୁ ଲାଗିଥିଲା। ଏହା ଦେଖି ସ୍ଥାନୀୟ ଲୋକେ ଅନୁଗୋଳ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସୂଚନା ଅନୁଯାୟୀ, ବସରେ ୨ଜଣ ଛାତ୍ର ଓ ଚାଳକ ଥିଲେ। ବସରୁ ଧୂଆଁ ବାହାରିବା ଦେଖି ଚାଳକ ଓ ଦୁଇ ଜଣ ଛାତ୍ର ବସରୁ ଓହ୍ଲାଇ ପଡ଼ିଥିଲେ। ଅନ୍ୟପଟେ କଲେଜ କର୍ତ୍ତୃପକ୍ଷଙ୍କ କହିବା କଥା ବସରେ କେହି ଛାତ୍ର ନଥିଲେ। ଗାଡ଼ି କାମ କରିବା ପାଇଁ ଗ୍ୟାରେଜକୁ ନେବା ସମୟରେ କୌଣସି କାରଣରୁ ବସରେ ନିଆଁ ଲାଗିଯାଇଥିଲା।ଅଗ୍ନିଶମ ବିଭାଗର ମୁଖ୍ୟ କହିଛନ୍ତି, ଘଟଣା ବିଷୟରେ ଖବର ପାଇବା ପରେ ତୁରନ୍ତ ଅନୁଗୋଳ ଅଗ୍ନିଶମ ବିଭାଗ ଘଟଣାସ୍ଥଲରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସର୍ଟ ସର୍କିଟ ଯୋଗୁଁ ବସରେ ନିଆଁ ଲାଗିଥିବା ଅନୁମାନ କରାଯାଉଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking