କଟକ: ଦେବୀବିହାର କଲେଜ ଛାତ୍ରୀଙ୍କ ମୃତଦେହ ଉଦ୍ଧାର । ଭଡା ଘର ପାଇଖାନା ଘରୁ ପିଜି ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବତୀ କେନ୍ଦୁଝର ଘଷିପୁରାର । ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃଦେହକୁ ଜବତ କରି ତଦନ୍ତ ଜାରି ରଖିଛି । ମୃତକଙ୍କ ପରିବାର ଲୋକଙ୍କ ମନରେ ଶୋକର ଛାୟା ଖେଳିଯାଇଛି ।










