ଭୁବନେଶ୍ୱର: ଅଧ୍ୟାପକଙ୍କ ଉପରେ ରାଜ୍ୟ ସରକାରଙ୍କ ବାଧ୍ୟତାମୂଳକ ଅବସର ଛାଟ । ଉଚ୍ଚଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ଅଧ୍ୟାପକଙ୍କୁ ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । କାର୍ଯ୍ୟଦକ୍ଷତା ଓ ଆଚରଣ ଯାଞ୍ଚ ପାଇଁ ଉଚ୍ଚଶିକ୍ଷା ବିଭାଗର କଡା ନିର୍ଦ୍ଦେଶମାନା ରହିଛି ା ଜାନୁଆରୀ ୩୧ ସୁଦ୍ଧା ରିପୋର୍ଟ ଦାଖଲ ପାଇଁ କଲେଜ କର୍ତ୍ତୃପକ୍ଷଙ୍କୁ ଚିଠି ଦିଆଯାଇଛି । ଶିକ୍ଷା ମାନଦଣ୍ଡରେ ଉନ୍ନତି ସହ କାର୍ଯ୍ୟଶୈଳୀର ସମୀକ୍ଷା ପାଇଁ ଏଭଳି ପଦକ୍ଷେପ ନିଆଯାଇଛି ।










